ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ଉଜ୍ଜ୍ୱଳପୁର ବାଇପାସ୍ ନିକଟରେ ଠିଆ ହୋଇଥିବା ଏକ ଟ୍ରକ୍ ପଛରେ ଏକ ବାଇକ୍ ପିଟି ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ନିରଞ୍ଜନ ସା ଓ ପ୍ରଦୀପ ଚୌଧୁରୀ। ସେମାନଙ୍କ ଘର ଉଜ୍ଜ୍ୱଳପୁରର ଭାଲୁପତ୍ର ଅଞ୍ଚଳରେ। ଗତକାଲି ରାତି ପ୍ରାୟ ୧୧ ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା।
ସୂଚନା ଅନୁଯାୟୀ, ନିରଞ୍ଜନ ଓ ପ୍ରଦୀପଙ୍କର ଏକ ଗ୍ୟାରେଜ୍ ଅଛି। ସେମାନେ ଗ୍ୟାରେଜ୍ରେ କାମ ସାରି ରାତିରେ ଘରକୁ ଫେରୁଥିବା ବେଳେ ଉଜ୍ଜ୍ୱଳପୁର ବାଇପାସ୍ ନିକଟରେ ଠିଆ ହୋଇଥିବା ଏକ ଟ୍ରକ୍ ପଛପଟେ ପିଟି ହୋଇଯାଇଥିଲେ। ସେମାନେ ଏତେ ଜୋରରେ ପିଟି ହୋଇଥିଲା ଯେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିଲା।
ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଦୁଇ ମୃତଦଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏହି ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଫେରାର୍ ହୋଇଯାଇଛନ୍ତି। ପୁଲିସ୍ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।