ଧର୍ମଗଡ଼(ଇଙ୍ଗିତ ପଣ୍ଡା): ଶିକାର କରିବା ପାଇଁ ଯାଇ ଶିକାର ହେଲେ ଶିକାରୀ। ପଶୁ ଶିକାର ବେଳେ ବ୍ୟାକ୍ ଫାୟାର ହେବାରୁ ଘଟଣାସ୍ଥଳରେ ଟଳି ପଡ଼ିଲେ ଶିକାରୀ। ଏପରି ଅସ୍ୱାଭାବିକ ଘଟଣା କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଳକ ଅଞ୍ଚଳରେ ଆଜି ସକାଳେ ଘଟିଛି। ମୃତକ ହେଲେ ସବିଗୁଡ଼ା ଗାଁର ସୁରେନ୍ଦ୍ର ରାଉତ।
ସୂଚନା ଅନୁଯାୟୀ, ସୁରେନ୍ଦ୍ର ନିଜ ୪, ୫ ଜଣ ବନ୍ଧୁଙ୍କ ସହ ଆଜି ସକାଳେ ଶିକାର ନିମନ୍ତେ ଜୟପାଟନା ବ୍ଳକ କୁଲିଆମୁଣ୍ଡା ଜଙ୍ଗଲକୁ ଶିକାର ଉଦ୍ଦେଶ୍ୟରେ ଯାଇଥିଲେ। ମାତ୍ର ସେଠାରେ ବ୍ୟାକ୍ ଫାୟାର ହେବାରୁ ନିଜ ଗୁଳିରେ ହିଁ ଟଳି ପଡ଼ିଲେ ସୁରେନ୍ଦ୍ର।
ଘଟଣାସ୍ଥଳରୁ ଅନ୍ୟ ଶିକାରୀମାନେ ଖସି ପଳାଇଥିବାରୁ ସେମାନଙ୍କ ଟେର ପାଇପାରିନି ପୁଲିସ୍। ଖବର ପାଇ ଧର୍ମଗଡ଼ ଡିଏସ୍ପି ଓ ଜୟପୁର ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଥିବା ବେଳେ ନିକଟରେ ପଡ଼ିଥିବା ବନ୍ଧୁକକୁ ଜବତ କରିଛି ପୁଲିସ୍। ମୃତ୍ୟୁର କାରଣ ଓ କିପରି ହେଲା ତାହାର ତଦନ୍ତ ଆରମ୍ଭ କରିଛି ପୁଲିସ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।