କେନ୍ଦୁଝର(ପ୍ରଣୟ ପାଣି): ନବବଧୂ ପରି ସଜେଇ ହୋଇ ଥିଲା ଘର। ବାଜାବାଣରେ ଦାଣ୍ଡ ଦୁଆର ଦୁଲୁକି ଉଠିଥାନ୍ତା । ଆଉ ସେ ରୋଷଣୀ ନେଇ ବିବାହ ବେଦୀକୁ ଯାଇଥାନ୍ତେ। ହେଲେ ବିଧିର ବିଧାନ କିଛି ଅଲଗା ଥିଲା। ଫୁଲ ସବାରିରେ ନୁହେଁ ବରଂ କୋକେଇରେ ହେଲା ତାଙ୍କ ଶେଷଯାତ୍ରା।
ବାହା ବେଦିରେ ବସିବା ପୂର୍ବରୁ ଚାଲିଗଲା ଜୀବନ। ଏମିତି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ କେନ୍ଦୁଆ ଗାଁରେ। ଗାଁର ଲୋକନାଥ ମହାନ୍ତଙ୍କର ଆଜି ଭୋରରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି। ଆଜି ତାଙ୍କର ବିବାହ ଥିଲା। ଗତକାଲି ରାତିରେ ଲୋକନାଥ ବନ୍ଧୁ ବାନ୍ଧବଙ୍କ ସହ ମିଶି ଖାଇସାରି ଶୋଇଥିଲେ।
ହେଲେ ଭୋରୁ ଉଠି ଟେଣ୍ଟର ଲାଇଟ୍ ବନ୍ଦ କରିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଥିଲେ। ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣା ପରେ ପରିବାରରେ ଶୋକର ଛାୟା ଖେଳି ଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
ସତ ସ୍ୱୀକାର କରୁନାହାନ୍ତି ନବୀନ ପଟ୍ଟନାୟକ
ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟଗତ କାରଣରୁ ନବୀନ ନିର୍ବାଚନରେ ପ୍ରଚାର ନକରି ତାଙ୍କର ଏକମାତ୍ର ବିଶ୍ୱସ୍ତ ସରକାରୀ ଚାକିରୀ ଛାଡ଼ି ବିଜେଡିକୁ ଆସିଥିବା ଜଣେ ଅଣଓଡ଼ିଆ ଅଫିସର ଉପରେ ପ୍ରଚାରର ସମସ୍ତ ଦାୟିତ୍ୱ ଦେଇଥିବା ଲୋକମାନଙ୍କର ପୂରା ବିଶ୍ୱାସ ହୋଇଗଲା। ଏହି ଅଣଓଡ଼ିଆ ସରକାରୀ ଅଫିସର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବରେ ୫ ବର୍ଷ କାଳ ଯାହାସବୁ କରିଥିଲେ, ସେଥିରେ ଲୋକମାନଙ୍କର ବିଶ୍ୱାସ ହୋଇଗଲା ଯେ, ଯଦି ଏଥର ନବୀନଙ୍କୁ ପୁଣିଥରେ କ୍ଷମତା ପ୍ରଦାନ କରାଯାଏ, ତେବେ ବାସ୍ତବରେ ଏହି ଅଣଓଡ଼ିଆ ଅଫିସର ଜଣକ ରାଜ୍ୟର ପ୍ରକୃତ ମୁଖ୍ୟମନ୍ତ୍ରୀ ହୋଇଯିବେ।
Entertainment
ଜାନୁଆରୀ ୨ରୁ ତରଙ୍ଗ ପ୍ଲସ୍ରେ ନୂଆ ୱେବ୍ ସିରିଜ୍ ‘ଚିଟ୍ ଫଣ୍ଡ’ର ଷ୍ଟ୍ରିମିଂ
ୱେବ୍ ସିରିଜ୍ ’ଚିଟ୍ ଫଣ୍ଡ’ର କାହାଣୀ ରଞ୍ଜନ ଶତପଥୀ ଲେଖିଥିବା ବେଳେ ନିର୍ଦ୍ଦେଶକ ମୟଙ୍କ ଶତପଥୀ ଚିତ୍ରନାଟ୍ୟ ଦାୟିତ୍ୱ ମଧ୍ୟ ସମ୍ଭାଳିଛନ୍ତି।
Events & Festivals
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା
ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।