ପାଟଣାଗଡ଼(ବଂଶୀଧର ସେଠ୍): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ କେନ୍ଦୁମୁଣ୍ଡି ଗାଁରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ତ୍ରୀ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ମୃତକଙ୍କ ନାଁ ଦୁର୍ଯ୍ୟୋଧନ ବଡ଼ିଆ। ଗୁରୁତର ମହିଳାଙ୍କ ନାଁ କିଶୋରୀ ବଡ଼ିଆ।
ଗତକାଲି ବିଳମ୍ୱିତ ରାତିରେ ଦୁର୍ଯ୍ୟୋଧନ ଓ ତାଙ୍କ ସ୍ତ୍ରୀ କିଶୋରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଘରେ ଝଗଡ଼ା ଲାଗିଥିଲେ। ଏହି ସମୟରେ ସେମାନଙ୍କ ଦୁଇ ପିଲା ବଡ଼ ପାଟିରେ ଚିତ୍କାର କରିଥିଲେ। ଏହା ଶୁଣି ପରିବାରର ଅନ୍ୟ ସଦସ୍ୟମାନେ ଘର କବାଟ ଖୋଲି ଦେଖିଲା ବେଳକୁ କିଶୋରୀ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିଲେ ଓ ଦୁର୍ଯ୍ୟୋଧନ ମଧ୍ୟ ଅଚେତ ହୋଇ ପଡ଼ିଥିଲେ।
ଦୁହିଁଙ୍କୁ ସଙ୍ଗେସଙ୍ଗେ ପାଟଣାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଦୁର୍ଯ୍ୟୋଧନଙ୍କୁ ମୃତ ଘୋଷଣା କରିଥିଲେ। ତେବେ କିଶୋରୀ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଖବର ଲେଖାଯିବା ସୁଦ୍ଧା ପୁଲିସ ଘଟଣାସ୍ଥଳରେ ପହଞ୍ଚି ନାହିଁ। ଏହି କଳହର କାରଣ ଜଣା ପଡିପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।