ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ରେଳ ଷ୍ଟେସନରେ ଜଣେ ଯାତ୍ରୀ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି। ଭୁବନେଶ୍ୱର-ଭଦ୍ରକ ମେମୁ ପାସେଞ୍ଜର ଟ୍ରେନ ପ୍ଲାଟଫର୍ମ ଛାଡ଼ୁ ଥିବା ବେଳେ ଯାତ୍ରୀ ଜଣଙ୍କ ସେଥିରୁ ଡେଇଁ ପଡ଼ିବା ବେଳେ ତାଙ୍କ ଗୋଡ଼ ଖସି ଯାଇଥିଲା। ଫଳରେ ସେ ତଳେ ପଡ଼ି ଯାଇଥିଲେ। ସେ ଟ୍ରେନ୍ ଓ ପ୍ଲାଟଫର୍ମ ମଝିରେ ପଡ଼ି ଯାଇଥିବା ବେଳେ ସେଠାରେ ଉପସ୍ଥିତ ଆର୍ପିଏଫ୍ କନଷ୍ଟେବଳଙ୍କ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଯୋଗୁ ସେ ବଞ୍ଚି ଯାଇଥିଲେ।
ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଥିବା ଏହି ଯାତ୍ରୀଙ୍କ ନାଁ ନଜିର ମଲ୍ଲିକ। ତାଙ୍କ ଘର ପଶ୍ଚିମବଙ୍ଗର ମେଦିନାପୁର ଅଞ୍ଚଳରେ। ତାଙ୍କୁ ବଞ୍ଚାଇଥିବା ଆର୍ପିଏଫ୍ କନଷ୍ଟେବଳ ଜଣଙ୍କ ହେଉଛନ୍ତି ଏନ୍.ବି. ରାଓ।
ଏ ପୂରା ଘଟଣାର ଭିଜୁଆଲ୍ ଷ୍ଚେସନ୍ରେ ଲାଗିଥିବା ସିସିଟିଭି କ୍ୟାମେରାରେ କଏଦ ହୋଇଛି।
https://youtu.be/7ng249S2obg
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।