ସମ୍ବଲପୁର(ଓଡ଼ିଶା ରିପୋର୍ଟର): ମାଛ ଭାଜିଲା ବେଳେ ମାଛରୁ ବାହାରିଲା ପୋକ। ଏମିତି ଘଟଣା ସମ୍ବଲପୁର ଅଇଁଠାପାଲିରେ ଦେଖିବାକୁ ମିଳିଥିବା ବେଳେ ଏଥିଯୋଗୁ ତୁମୁଳ କାଣ୍ଡ ଘଟିଯାଇଛି ।
ଶଙ୍କର ପ୍ରସାଦ ନାମକ ବ୍ୟକ୍ତି ଗତକାଲି ସକାଳେ ଅଇଁଠାପାଲିର ଜଣେ ମାଛ ବିକାଳିଙ୍କ ନିକଟରୁ ରୋହି ମାଛ ନେଇଥିଲେ। ମାଛକୁ ନେଇ ଘରେ ଭାଜିବା ବେଳେ ସେଥିରୁ ପୋକ ବାହାରିଥିଲା। ଶଙ୍କର ସମ୍ବଲପୁର ମହାନଗର ନିଗମ କମିଶନରଙ୍କ ପାଖରେ ପହଞ୍ଚି ଏନେଇ ଅଭିଯୋଗ କରିଥିଲେ ।
କମିଶନରଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ଫୁଡ୍ ଇନ୍ସପେକ୍ଟର ମାଛ ବିକାଳିଙ୍କ ପାଖରେ ପହଞ୍ଚି ପଚରାଉଚରା କରିଥିଲେ। ଏହାସହ ବିକାଳିଙ୍କ ପାଖରୁ ମାଛର ନମୁନା ଓ ଶଙ୍କର ନେଇଥିବା ମାଛ ନମୁନା ସଂଗ୍ରହ ପରେ ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଫୁଡ୍ ଇନ୍ସପେକ୍ଟର । ତେବେ ମାଛ ବିକାଳି ପୋକ ବାହାରିବା କଥାକୁ ଅସ୍ୱୀକାର କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।