ରାଜଗାଙ୍ଗପୁର (ଗୌତମ ମିଶ୍ର): ରାଜଗାଙ୍ଗପୁର ନିକଟ କୁନୁମୁର ଛକରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ୧୨ ଚକିଆ ଟ୍ରକ୍ରୁ ମୃତଦେହ ଉଦ୍ଧାର କରାଯାଇଛି। ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ।
ଆଜି ସକାଳେ ରାସ୍ତା କଡ଼ରେ ଛତିଶଗଡ଼ର ନମ୍ବର ଥିବା ଏହି ଟ୍ରକ୍ ଠିଆ ହୋଇଥିବା ବେଳେ ସେଥିରୁ ପ୍ରବଳ ଗନ୍ଧ ବାହାରୁ ଥିଲା। ସ୍ଥାନୀୟ ଲୋକେ ଟ୍ରକର କବାଟ ଖୋଲିଥିଲେ ଓ ମୃତଦେହଟିକୁ ଠାବ କରିଥିଲେ। ସେମାନେ ଏନେଇ ରାଜଗାଙ୍ଗପୁର ପୁଲିସ୍କୁ ଖବର ଦେଇଥିଲେ।
ଟ୍ରକ୍ରୁ ମିଳିଥିବା କାଗଜପତ୍ରରୁ ଜଣାପଡ଼ି ଯେ, ଟ୍ରକ୍ଟି ଛତିଶଗଡ଼ରୁ ଜିନିଷ ଧରି ରାଉରକେଲା ଯାଉଥିଲା। ଟ୍ରକ୍ ଡ୍ରାଇଭର ଫେରାର୍ ହୋଇଯାଇଥିବା ପୁଲିସ୍ ଅନୁମାନ କରୁଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।