/odisha-reporter/media/post_attachments/uploads/2020/03/deadbody-1233.jpg)
deadbody
ଉଦଳା (ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅନ୍ତର୍ଗତ ପେଡ଼ାଗଡ଼ି ଗାଁର ଆମ୍ୱତୋଟାରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ନାଁ ବ୍ରଜକିଶୋର ବିନ୍ଧାଣୀ। ତାଙ୍କ ଘର ସେହି ପେଡ଼ାଗଡ଼ି ଗାଁରେ।
Advertisment
ଆଜି ସକାଳେ ଗାଁର ଆମ୍ୱତୋଟାର ଏକ ଗଛରେ ବ୍ରଜକିଶୋରଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ପୁଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ବ୍ରଜକିଶୋର ଆତ୍ମହତ୍ୟା କରିଥିବାର ସନ୍ଦେହ କରାଯାଉଥିବା ବେଳେ ଏହା ପଛର କାରଣ ସ୍ପଷ୍ଟ ହୋଇନାହିଁ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ୍ କହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
