ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଭିଣୋଇର କଟୁରି ଚୋଟରେ ଶଳାର ଜୀବନ ଗଲା। ଏଭଳି ଏକ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବିଦ୍ୟାବନ୍ଧ ଗାଁରେ।
ମୃତ ବ୍ୟକ୍ତିଙ୍କ ନାଁ ନଗେଶ ରାଉତ। ତାଙ୍କ ଭିଣୋଇ ନାଁ ଦୁର୍ଯ୍ୟୋଧନ ବିଶ୍ୱାଳ।
ଏହି ଘଟଣାରେ ଦୁର୍ଯ୍ୟୋଧନର ସ୍ତ୍ରୀ ଓ ଶାଶୂ ବି ଆହତ ହୋଇଛନ୍ତି। ସେମାନେ ନଗେଶଙ୍କୁ ବଞ୍ଚାଇବାକୁ ଉଦ୍ୟମ କରି ଆହତ ହୋଇଛନ୍ତି। ଘରେ ସମସ୍ତେ ଶୋଇପଡ଼ିଥିବା ବେଳେ ଦୁର୍ଯ୍ୟୋଧନ ତା’ ଶଳା ଉପରେ ଆକ୍ରମଣ କରିଥିଲା।
ମିଳିଥିବା ସୂଚନା ଅନୁଯାୟୀ, ପୂର୍ବରୁ ଦୁର୍ଯ୍ୟୋଧନ ଓ ନଗେଶଙ୍କ ମଧ୍ୟରେ ତିକ୍ତତା ଥିଲା। ଦୁର୍ଯ୍ୟୋଧନ ଦୋଳ ପୂର୍ଣ୍ଣିମାରେ ଶ୍ୱଶୁର ଘରକୁ ବୁଲିବାକୁ ଆସିଥିବା ବେଳେ ପୂର୍ବ ଶତ୍ରୁତାରୁ ନଗେଶଙ୍କୁ ହତ୍ୟା କରିଛି। ସେ ୭ ଦିନ ହେଲା ସେଠାରେ ଥିଲା।
ଦୁର୍ଯ୍ୟୋଧନ ଫେରାର ହୋଇଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।