କଣ୍ଟାବାଞ୍ଜି (ଅନ୍ତିମ ପାଣିଗ୍ରାହୀ): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ବେହେରେନସିଲେଟ ଗାଁରେ ବଡ଼ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ଦେବରାମ ମାଝି। ଅଭିଯୁକ୍ତ ବଡ଼ ଭାଇର ନାଁ ଶେଷ ମାଝି।
ସୂଚନାଯୋଗ୍ୟ, ଗତକାଲି ରାତିରେ ଶେଷ ଓ ଦେବରାମଙ୍କ ମଧ୍ୟରେ ଜମିବାଡ଼ିକୁ ନେଇ ଝଗଡ଼ା ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ନିଶାଗ୍ରସ୍ତ ଥିବା ଶେଷ ସାନ ଭାଇ ଦେବରାମଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲା। ଦେବରାମଙ୍କ ବେକ, କାନ୍ଧ ଓ ଗାଲରେ ଗଭୀର ଆଘାତ ଲାଗିଥିଲା ଏହାପରେ ପରିବାର ଲୋକେ ଦେବରାମଙ୍କୁ ଗୁରୁତର ଅବସ୍ଥାରେ କଣ୍ଟାବାଞ୍ଜି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଝଗଡ଼ା ବେଳେ ଉଭୟେ ମଦ ପିଇଥିଲେ ବୋଲି ଜଣାପଡ଼ିଛି।
ଏ ଘଟଣା ନେଇ ଦେବରାମଙ୍କ ସ୍ତ୍ରୀ କଣ୍ଟାବାଞ୍ଜି ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଅଭିଯୁକ୍ତ ଶେଷ ମାଝିଙ୍କୁ ଥାନାରେ ଅଟକ ରଖି ପଚାରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।