ନୟାଗଡ଼ (ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ ଚଢ଼େୟାପଲ୍ଲୀ ଗାଁରେ ଜଣେ ବ୍ୟକ୍ତିଙ୍କୁ ତାଙ୍କ ସାନ ଭାଇ କଟୁରିରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାଁ କୁବେର ସାହୁ।
ଗତକାଲି ବିଳମ୍ବିତ ରାତିରେ କୁବେର ନିଜ ଘର ଛାତ ଉପରେ ଶୋଇଥିବା ବେଳେ ତାଙ୍କ ସାନ ଭାଇ ଧନେଶ୍ୱର ଏକ କଟୁରିରେ ତାଙ୍କୁ ହାଣି ଦେଇଥିଲେ। ପରେ ସେ ଶରଣକୁଳ ଥାନାରେ ଆତ୍ମସମର୍ପଣ କରିଥିଲେ। ପୁଲିସ୍ ତାଙ୍କୁ ଅଟକ ରଖିବା ସହ ହତ୍ୟାରେ କଟୁରିକୁ ଜବତ କରିଛି।
ମୃତ କୁବେରଙ୍କ ପତ୍ନୀ ଫୋନି ସାହୁ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ୍ ଓ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି।
ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୁଲିସ୍ କହିଛି। ସବୁବେଳେ ପରିବାର ମଧ୍ୟରେ ଗଣ୍ଡଗୋଳ ହେଉଥିଲା। ଶାଶୂ, ଶ୍ୱଶୁର ଏବଂ ଦିଅର ମିଶି ସେମାନଙ୍କୁ ନିର୍ଯାତନା ଦେଉଥିବା ମୃତକଙ୍କ ପତ୍ନୀ ଫୋନି ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।