/odisha-reporter/media/media_files/2026/02/04/ppp3-2026-02-04-18-01-58.jpg)
ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଗୁଡ଼ିଆଳି ଛକ ଆଇଟିଆଇ ନିକଟରେ ରାସ୍ତା ଉପରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି ୬ ଜଣ ଲୋକ। ତାଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Advertisment
ଏହି ଆକ୍ରମଣରେ ଗୁରୁତର ଆହତ ହୋଇଥିବା ଯୁବକଙ୍କ ନାଁ କୈଳାସ ଭୂୟାଁ। ତାଙ୍କ ଘର ଗୁଡ଼ିଆଳି ଗାଁରେ। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ତାଙ୍କ ଉପରେ ଏହି ଆକ୍ରମଣ କରାଯାଇଥିବା ଜଣାପଡ଼ିଛି।
କୈଳାସ ବାଇକରେ ଯାଉଥିବା ବେଳେ ଆଇଟିଆଇ ନିକଟରେ ଅଭିଯୁକ୍ତମାନେ ତାଙ୍କୁ ଆକ୍ରମଣ କରି ଫେରାର ହୋଇଯାଇଥିଲେ।
Advertisment
ସ୍ଥାନୀୟ ଲୋକେ କୈଳାସଙ୍କୁ ଉଦ୍ଧାର କରି କବିସୂର୍ଯ୍ୟନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ସ୍ଥିତ ଏମ୍କେସିଜି ମେଡିକାଲ କଲେଜ ଓ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି।
କବିସୂର୍ଯ୍ୟନଗର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିବା ସହିତ ଘଟଣାର ତଦନ୍ତ ଜାରି ରଖିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
