ବାଲେଶ୍ୱର(ରଣଜିତ ପାକଳ): ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ଚୌମୁଖ ଗାଁରେ ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅରବିନ୍ଦ ପରିଡ଼ା।
ଆଜି ସକାଳେ ଅରବିନ୍ଦ ପାନ ବରଜ ପାଇଁ କୁକୁଡ଼ା ମଳ ଆସିଥିବା ଟ୍ରକ୍ରୁ ମଳ କାଢ଼ୁଥିଲେ। ଏହି ସମୟରେ ଉପରେ ଯାଇଥିବା ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ସେ ଆସିଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଅଫିସ୍ରେ ମାତାଲ RI କହୁଛନ୍ତି- ମୋଦି ମୋର ଫ୍ରେଣ୍ଡ, ଚାହିଁଲେ ପ୍ରଧାନମନ୍ତ୍ରୀ ହୋଇଯିବି
ଖଜଣା ଦେଇ ପାଉତି କାଟିଲେ ଚାଷୀମାନେ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିବେ। ହେଲେ ଦୁର୍ଭାଗ୍ୟର ବିଷୟ ବୌଲାଙ୍ଗ ଆର୍ଆଇ ଅଫିସ୍ରେ ନାହାଁନ୍ତି। ତେଣୁ ଚାଷୀମାନେ ପଟା ଓ ପାଉତି ଧରି ଆର୍ଆଇ ଅଫିସ୍ ଆଗରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିଲେ।
Crime
ନାସିରା ଖାତୁନ ଓ ଅବିଦା ଖାତୁନଙ୍କୁ ଜେରା କରିବ ନାର୍କୋଟିକ୍ସ ବିଭାଗ
ଗତ ୫ ତାରିଖରେ ଭୁବନେଶ୍ୱର ବିମାନ ବନ୍ଦରରୁ ୯ କେଜି ମାରିଜୁଆନା ଜବତ ହୋଇଥିଲା। ପଶ୍ଚିମବଙ୍ଗର ୨ ମହିଳା ନାସିରା ଖାତୁନ୍ ଓ ଅବିଦା ଖାତୁନ୍ଙ୍କୁ ଦୁଇଟି ଟ୍ରଲି ବ୍ୟାଙ୍ଗରେ ମାରିଜୁନା ଧରି ଆସୁଥିବା ଅଭିଯୋଗ ହୋଇଥିଲା।
Politics
ଶଙ୍ଖ ଭବନ ହୋଟେଲ୍ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ହୋଟେଲ୍ ମନ୍ତବ୍ୟର ଜବାବ ରଖିଛନ୍ତି ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ। ସେ କହିଛନ୍ତି, ରେଲୱେର କ୍ୟାଣ୍ଟିନ୍ ଅଛି। ସଂସଦରେ ମଧ୍ୟ କ୍ୟାଣ୍ଟିନ୍ ରହିଛି। ଅବଶ୍ୟ ଖାଇବା ଲୋଭ କାହାର ଅଛି, ତାହା ମିଡିଆରେ ଦେଖାଯାଉଛି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।