ସମ୍ବଲପୁର (ଓଡ଼ିଶା ରିପୋର୍ଟର): ସମ୍ବଲପୁର ସହରର ମହିଳା ଥାନା ସମ୍ମୁଖ ଏକ ନିର୍ମାଣାଧୀନ ବ୍ରିଜ୍ରୁ ଲୁହା ରଡ ଖସି ଜଣେ ଯୁବକ ଆହତ ହୋଇଛନ୍ତି। ଯୁବକ ଜଣଙ୍କ ରାସ୍ତାରେ ଯାଉଥିବା ବେଳେ ହଠାତ୍ ଲୁହା ରଡ ତାଙ୍କ ଉପରେ ପଡ଼ିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତ ଯୁବକ ଜଣକ ଅଇଁଠାପାଲି ଅଞ୍ଚଳର ଅତୁଲ ଦାସ ବୋଲି ଜଣାପଡ଼ିଛି।
କିଛି ଦିନ ତଳେ ବ୍ରିଜ୍ରୁ ଅତଡ଼ା ଖସି ଜଣେ ବ୍ୟକ୍ତି ଆହତ ହୋଇଥିଲେ। ସମ୍ପୃକ୍ତ ବ୍ରିଜ୍ର କାମ ପଣ୍ଡା ଇନ୍ଫ୍ରା ପକ୍ଷରୁ କରାଯାଉଥିଲା। ଦୁଇ ଦୁଇଟି ଦୁର୍ଘଟଣା ପରେନିର୍ମାଣାଧୀନ ଫ୍ଲାଏଓଭର୍ ନିକଟରେ କେଉଁ ପ୍ରକାର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ତାକୁ ନେଇ ପ୍ରଶ୍ନ ଉଠିବାରେ ଲାଗିଛି। ଦୁଇଟି ଅଘଟଣ ପରେ ଜିଲ୍ଲା ପ୍ରଶାସନର ନିଦ୍ରାଭଙ୍ଗ ହୋଇଛି। ରାସ୍ତା ବନ୍ଦ ହେବା ପରେ କାମ ଆରମ୍ଭ ହେବ ବୋଲି ସମ୍ବଲପୁର ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।