ପୁରୀ (ମଧୁସୂଦନ ମିଶ୍ର): ଶ୍ରୀଜିଉଙ୍କ ରଥ ନିର୍ମାଣ ପାଇଁ ଆସିଥିବା କାଠ ପଡ଼ି ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ମାନସ ପ୍ରଧାନ।
ଟ୍ରାକ୍ଟରରୁ ରଥକାଠ ଓହ୍ଲାଉଥିବା ବେଳେ ଏ ଦୁର୍ଘଟଣା ଘଟିଥିଲା। ରଥକାଠ ମାନସଙ୍କ ଗୋଡ଼ରେ ପଡ଼ି ଯାଇଥିଲା।
ତାଙ୍କୁ ପ୍ରଥମେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, ଶ୍ରୀଜିଉଙ୍କ ରଥ ନିର୍ମାଣ ପାଇଁ ଦଶପଲ୍ଲାରୁ ୪୦ ଫୁଟିଆ ଫାଶୀ କାଠ ଆସିଥିଲା। ସେଗୁଡ଼ିକୁ ଓହ୍ଲାଇବା ବେଳେ ମାନସ ଆହତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Weather
ଆଜି ଅବପାତରେ ପରିଣତ ହେବ ଲଘୁଚାପ;୨୭ରୁ ବର୍ଷିବ
୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Science & Environment
ଏନକ୍ଲୋଜରରୁ ବାହାରି ଜଙ୍ଗଲ ଗଲା ‘ଜିନତ୍'
ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍ ଏରିଆରେ ବାଘୁଣୀ ‘ଜିନତ୍’ ଛଡ଼ାଯାଇଥିବା ଜଣାଯାଇଛି।