ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ଭଉଣୀ ହତ୍ୟାର ପ୍ରତିଶୋଧ ନେଲେ ତିନି ଭାଇ! ସଂଘବଦ୍ଧ ଭାବେ ଭିଣୋଇଙ୍କୁ ଆକ୍ରମଣ କଲେ। ଏପରି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲ୍ଲାରେ। ଏନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ବୌଦ୍ଧ ସଦର ଥାନା ତେଲିବନ୍ଧ ପଞ୍ଚାୟତ ବାଘପାଲି ଗାଁର ନବୀନ ରଣଙ୍କ ପତ୍ନୀଙ୍କର ମୃତ୍ୟୁ ଘଟିଥିଲା। ଏଥିରେ ନବୀନଙ୍କ ହାତ ଥିବା ଅଭିଯୋଗ ହେଉଥିଲା। ଏହାକୁ ନେଇ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ ଶ୍ୱଶୁର ଘର ଲୋକ। ଏପରିକି ଭିଣୋଇକୁ ରାସ୍ତାରୁ ହଟାଇବା ପାଇଁ ସୁଯୋଗ ଖୋଜୁଥିଲେ। ଆଜି ମନୋରଞ୍ଜନ ରଣା, ସରୋଜ ରଣା ଓ ଧିରୋଜ ରଣା ସଂଘବଦ୍ଧ ଭାବେ ଭିଣୋଇ ନବୀନଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ଫେରାର ହୋଇଗଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।