ସମ୍ବଲପୁର(ସଞ୍ଜୟ ଜେନା): ସମ୍ୱଲପୁର ସହରର ଧନୁପାଲି ଥାନା ଅନ୍ତର୍ଗତ ଗୋବିନ୍ଦତଲା ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକଙ୍କ ନାଁ ଦୀପକ ଯାଦବ।
ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ ମାରଣାସ୍ତ୍ର ସାହାଯ୍ୟରେ ଦୀପକଙ୍କୁ ଅତି ନିର୍ମମ ଭାବେ ଖଣ୍ଡ ଖଣ୍ଡ କରି ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା। ସେହିପରି ଘଟଣାସ୍ଥଳରେ ବନିତ ନାମକ ଆଉ ଜଣେ ଯୁବକ ମଧ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି। ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରିଛନ୍ତି।
ହତ୍ୟାକାଣ୍ଡର କାରଣ ଜଣା ପଡ଼ି ନ ଥିଲେ ବି ପୂର୍ବ ଶତ୍ରୁତାରୁ ଏପରି କାଣ୍ଡ ଘଟାଥାଇପାରେ ବୋଲି ଅନୁମାନ କରାଯାଉଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ବେଳେ ଅଭିଯୁକ୍ତଙ୍କ ସୁରାଗ ପାଇପାରିନି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।