ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅନ୍ତର୍ଗତ ନୂଆଗାଁର ମାରୁତି ନଗର ଅଞ୍ଚଳରେ ଷଣ୍ଢ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଭାବାନୀ ବରାଳ।
ଆଜି ସକାଳେ ଭାବାନୀ ଫୁଲ ତୋଳିବାକୁ ଯାଇଥିଲେ। ଏହି ସମୟରେ ଏକ ଷଣ୍ଢ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏନେଇ ଖବର ପାଇ ବିଏମ୍ସି କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣ କରିଥିବା ଷଣ୍ଢକୁ କାବୁ କରିଥିଲେ। ତେବେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।
Crime
ହାଟରୁ ମିଳିଥିଲା ଅଧା ପୋଡ଼ା ମୃତଦେହ; ଟଙ୍କା ନ ଦେବାରୁ ଜାଳିଦେଇଥିଲେ ଦୁଇ ଦୋକାନୀ
ଗତ ୧୬ତାରିଖରେ କନ୍ଦା ମହାନ୍ତ କେନ୍ଦୁଜୁଆଣି ହାଟକୁ ଆସିଥିଲେ। ସେଠାରେ ସେ ଉଭୟ ଦୋକାନୀଙ୍କ ନିକଟରୁ ପତ୍ରପୋଡା ମାଂସ ସହିତ ଚଣା ଆଣି ଖାଇଥିଲେ। ମାତ୍ର ସେମାନଙ୍କୁ ସେ ଟଙ୍କା ଦେଇ ନ ଥିଲେ।
Politics
ପିଏସୟୁକୁ କେମିତି ମିଳୁଛି କାମ?
ଭୁବନେଶ୍ୱରରେ ଏକ ତାରକା ହୋଟେଲ ସାମନାରେ ଲାଞ୍ଚ ପାଇଁ ନିଆଯାଉଥିବା ୧୦ ଲକ୍ଷ ଟଙ୍କା ଧରା ପଡ଼ିବା ପରେ ଏବେ ସିବିଆଇ ରାଡରରେ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀ।
![Police Attack Police Attack](https://assets.odishareporter.in/uploadimage/library/16_9/16_9_3/IMAGE_1734591439.jpg)
Crime
ପୁଲିସ ବାବୁଙ୍କ ଦବଙ୍ଗଗିରି; ଅଭିଯୁକ୍ତକୁ ନିର୍ଧୂମ ପିଟିଲେ, ପିଠି ଉପରେ ଚଢ଼ିଗଲେ
ଘଟଣା ଘଟିଛି କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ।
![Ed Raid Ed Raid](https://assets.odishareporter.in/uploadimage/library/16_9/16_9_3/Ed_Raid_1734585988.jpg)
Crime
ଆକ୍ସନ ମୁଡରେ ଇଡି; ଦ୍ୱିତୀୟ ଦିନରେ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍
ଗତକାଲି ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।