ଆଠଗଡ଼ (ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ଼ ଥାନା ଅନ୍ତର୍ଗତ ବୀରକିଶୋରପୁର ଗୋଲେଇ ଛକ ନିକଟରେ ଏକ ବସ୍ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବୀରକିଶୋରପୁରର ହରିହର ବେହେରା (୭୫)।
ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୮ଟା ବେଳେ ହରିହର ପୋଖରୀରେ ଗାଧୋଇ ଘରକୁ ଚାଲି ଚାଲି ଫେରୁଥିବା ବେଳେ ଗୋଲେଇ ଛକ ନିକଟରେ ନରସିଂହପୁରରୁ କଟକ ଯାଉଥିବା ଏକ ବସ୍ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ୍ ଶବଟିକୁ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ଆଠଗଡ଼ ଡାକ୍ତରଖାନାକୁ ପଠାଇଥିଲା। ଏନେଇ ପୋଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।