ପୁରୀ(ଓଡ଼ିଶା ରିପୋର୍ଟର):ଘର ଭଡ଼ାକୁ ନେଇ ମାଲିକଙ୍କୁ ଛାତରୁ ଠେଲି ହତ୍ୟା ଅଭିଯୋଗ। ଏଭଳି ଘଟଣା ଘଟିଛି ପୁରୀ ପଥୁରିଇା ସାହିରେ। ମୃତକ ହେଲେ ନାରାୟଣ ମହାରଣା। ଅଭିଯୋଗ ଅନୁସାରେ ନରାୟଣଙ୍କ ଘରେ ଏକ ଦମ୍ପତି ଦୀର୍ଘଦିନ ହେଲା ଭଡ଼ାରେ ରହୁଥିଲେ । ତେବେ ଘର ମାଲିକଙ୍କୁ ଭଡ଼ା ଦେଉନଥିଲେ।
ଏନେଇ ଉଭୟଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା । ଏନେଇ ଘର ମାଲିକ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଏବଂ ସାହି ବାସିନ୍ଦାଙ୍କ ଉପସ୍ଥିତିରେ ବୁଝାମଣା ହୋଇଥିଲା। ଘର ଛାଡିବାକୁ ଦମ୍ପତି ୫ମାସ ସମୟ ମାଗିଥିଲେ । ତେବେ ଆଜି ପୂର୍ବାହ୍ନରେ ହଠାତ ନାରାୟଣଙ୍କ ଚିତ୍କାର ଶୁଭିଥିଲା ସ୍ଥାନୀୟ ବାସିନ୍ଦା ଆସି ଦେଖିବା ବେଳେ ସେ ତଳେ ପଡିଥିଲେ ।
ପରେ ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣା ପରେ ପୁଲିସ ଅଭିଯୁକ୍ତ ଦମ୍ପତିଙ୍କୁ ଥାନାରେ ଅଟକ ରଖିଛି । ଉଭୟଙ୍କୁ ଗିରଫ ଦାବିରେ ଲୋକେ ଥାନା ଘେରାଉ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ ଆରମ୍ଭ
ଓଡ଼ିଆରେ ପ୍ରବସୀଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଥିଲେ, ପ୍ରବାସୀମାନେ ହେଉଛନ୍ତି ବିକଶିତ ଓଡ଼ିଶାର ବ୍ରାଣ୍ଡ ଆମ୍ବାସଡର। ଆମର ବିଶ୍ୱାସ ଯେ ଏହି ଅନୁଭୂତିକୁ ବିଶ୍ୱ ଦରବାରରେ ଆପଣ ମାନେ ପହଞ୍ଚାଇବେ।