ପାଟଣାଗଡ଼ (ଓଡ଼ିଶା ରିପୋର୍ଟର): ବାପାକୁ ଠେଙ୍ଗାରେ ପିଟିବା ପରେ ଶଯ୍ୟାଶାୟୀ ମାଆକୁ ଜିଅନ୍ତା ଜାଳିଦେଲା ପୁଅ। ଏମିତି ଏକ ଦୁଃଖଦ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ବେଲପଡ଼ା ଥାନା ରାତବାହାଲ ଗାଁରେ। ମୃତ ବୃଦ୍ଧାଙ୍କ ନାଁ ଆଶାମତୀ ଖର୍ସେଲ (୭୫)। ତାଙ୍କ ଅଭିଯୁକ୍ତ ପୁଅର ନାଁ ସନ୍ତୋଷ ଖର୍ସେଲ।
କୌଣସି କଥାକୁ ନେଇ ଆଜି ସକାଳେ ସନ୍ତୋଷ ତାଙ୍କ ବାପା ଋଷି ଖର୍ସେଲଙ୍କୁ ପ୍ରବଳ ପାଟିତୁଣ୍ଡ କରିବା ପରେ ଏକ ଠେଙ୍ଗାରେ ପିଟିଥିଲେ। ଏହା ଦେଖି ଆଶାମତୀ ତାଙ୍କୁ ତାଗିଦ୍ କରିଥିଲେ। ଏହା ସହିତ ଗାଁ ଲୋକଙ୍କୁ ଡାକି ଘଟଣାର ସମାଧାନ କରିବାକୁ କହିଥିଲେ। ଗାଁ ଲୋକଙ୍କୁ ଡାକି ସମାଧାନ କରିବା କଥା ଶୁଣିବା ପରେ ସନ୍ତୋଷ ଉତ୍କ୍ଷିପ୍ତ ହୋଇପଡ଼ିଥିଲେ। ସେ ତାଙ୍କ ଶଯ୍ୟାଶାୟୀ ମା’ଙ୍କ ଉପରେ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ। ଫଳରେ ଆଶାମତୀ ଜଳି ଯାଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।
ବେଲପଡ଼ା ପୁଲିସ୍ ଘଟଣାର ତଦନ୍ତ କରୁଥିବା ବେଳେ ଅଭିଯୁକ୍ତ ଫେରାର ହୋଇଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।