ଭଞ୍ଜନଗର (ରାଜେଶ କୁମାର ପଣ୍ଡା): ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ଅନ୍ତର୍ଗତ ମେରିକୋଟ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ପରମାନନ୍ଦ ନାୟକ। ତାଙ୍କ ଘର ମେରିକୋଟ ଗାଁରେ।
ସୂଚନା ଅନୁସାରେ, ପରମାନନ୍ଦ ନୂଆବର୍ଷ ଦିନ ଭୋଜି କରିବାକୁ ଯାଉଛନ୍ତି କହି ଘରୁ ବାହାରି ଯାଇଥିଲେ। ହେଲେ ସେହି ଦିନ ସେ ଆଉ ଘରକୁ ଫେରି ନଥିଲେ। ଏହାପରେ ତାଙ୍କ ପରିବାର ଲୋକେ ଖୋଜାଖୋଜି କରିଥିଲେ, କିନ୍ତୁ ପାଇ ନଥିଲେ। ତେବେ ଗତକାଲି ସନ୍ଧ୍ୟାରେ ଏକ ବୁଦା ମୂଳରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ସେମାନେ ପୁଲିସ୍କୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁଲିସ୍ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିଥିଲା ଓ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା।
ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ପୁଲିସ୍ ଅନୁମାନ କରୁଛି। ତେବେ ଏଯାଏ ପୁଲିସ୍ ଏ ଘଟଣାରେ କାହାକୁ ଗିରଫ କରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।