ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୨୦ ଡିସେମ୍ବରରେ ପ୍ରଥମ ଅନ୍ ମ୍ୟାନଡ୍ ମିଶନ ଏବଂ ୨୦୨୧ ଡିସେମ୍ବରରେ ପ୍ରଥମ ମ୍ୟାନ୍ଡ ମିଶନ କରି ଇତିହାସ ରଚିବ ଭାରତ । ଆଇଆଇଟି ଭୁବନେଶ୍ୱରର ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇ ଏହା କହିଛନ୍ତି ଇସ୍ରୋ ଅଧ୍ୟକ୍ଷ କେ. ଶିବନ । ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ ବେଳେ ମିଶନ ଗଗନାୟନ ସମ୍ପର୍କରେ ସୂଚନା ଦେଇ ସେ ଏହା କହିଛନ୍ତି।
ଏଥିସହ କେ. ଶିବନ ଆହୁରି କହିଛନ୍ତି ଯେ, ୨୦୨୧ ଡିସେମ୍ବରରେ ଭାରତୀୟ ମହାକାଶଚାରୀ ମହାକାଶ ଯିବେ। କେବଳ ସେତିକି ନୁହେଁ ଭୁବନେଶ୍ୱର ଆଇଆଇଟି ସମାବର୍ତ୍ତନ ଉତ୍ସବରେ ଉଦ୍ବୋଧନ ଦେବା ଅବସରରେ ଛାତ୍ରଛାତ୍ରୀଙ୍କ ମନୋବଳ ବୃଦ୍ଧି କରିବାକୁ ଯାଇ ସେ କହିଛନ୍ତି ଯେ, ବୈଷୟିକ ଜ୍ଞାନକୌଶଳ ଦ୍ୱାରା ଜୀବନ ଧାରଣର ମାନ ବଢ଼ିପାରିବ । ବୈଷୟିକ ଜ୍ଞାନକୌଶଳ ବୃଦ୍ଧିରେ ଆଇଆଇଟି ପ୍ରମୁଖ ଭୂମିକା ନେଇଛି। ରିସ୍କ ନ ନେଲେ ଜୀବନରେ କିଛି କରିପାରିବନି ବୋଲି ସେ ଛାତ୍ରଛାତ୍ରୀଙ୍କୁ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବେଦକରଙ୍କୁ ନେଇ କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛି: ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିବୃତିକୁ କଦର୍ଥ ଏବଂ ବିକୃତ କରି କଂଗ୍ରେସ ନିଜର ରାଜନୈତିକ ଆଶା ପୂରଣ କରିବାକୁ ଚେଷ୍ଟା କରୁଛି କହିଲେ ମୁଖ୍ୟମନ୍ତ୍ରୀ।
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Weather
ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।