ଆଠଗଡ଼/ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ମହାନଦୀର ଜଳସ୍ତର ବୃଦ୍ଧି ଯୋଗୁ କଟକ ଜିଲ୍ଲା ତିଗିରିଆ ବ୍ଲକର ଚଷାଆଁରା ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। ଗାଁକୁ ଯୋଗାଯୋଗ କରୁଥିବା ରାସ୍ତା ଉପରେ ୪ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି। ଏଥିସହ ବନ୍ୟା ଘେରରେ ଉତ୍ତରବାଙ୍କୀ ବ୍ଲକର ୬ଟି ଓ ତିଗିରିଆର ଗୋଟିଏ ପଞ୍ଚାୟତର ଲୋକେ ରହିଛନ୍ତି। ଖୁବଶୀଘ୍ର ଜରୁରୀ ଯାତାୟାତ ପାଇଁ ଚଷାଆଁରା ଗାଁକୁ ପାୱାର ବୋଟ ପଡିବ ଓ ସେହି ଗାଁର ଲୋକଙ୍କୁ ଶୁଖିଲା ଖାଦ୍ୟ ଦିଆଯିବାର ବ୍ୟବସ୍ଥା କରାଯାଉଛି ବୋଲି ତିଗିରିଆ ବିଡିଓ ସୂଚନା ଦେଇଛନ୍ତି। ହେଲେ ଗତକାଲି ରାତିରୁ ଗାଁକୁ ସଂପୂର୍ଣ୍ଣ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲେ ମଧ୍ୟ ପ୍ରଶାସନ ସେଠାରେ ପହଞ୍ଚି ନଥିବାରୁ ଗାଁ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି ।
ସେହିପରି ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ଅନ୍ତର୍ଗତ ଖଡଗପ୍ରସାଦ, ବିଡୋ, ସୁରଭି, ରଞ୍ଜାସିଙ୍ଗା, ତାଳଡଙ୍ଗା ,ଝରିସାହି, ବଉଳପୁର ଆଦି ଗାଁ ଭିତରେ ବ୍ରାହ୍ମଣୀ ନଦୀ ପାଣି ପଶିଛି। ବ୍ରାହ୍ମଣୀରେ ବନ୍ୟା ପାଣି ଆସିବା ପରେ ନଈକୂଳିଆ ଗାଁ ଗୁଡିକ ଜଳମଗ୍ନ ହୋଇ ରହିଛି। ଏଥିସହ ଶହ ଶହ ହେକ୍ଟର ଚାଷ ଜମିରେ ପାଣି ପଶି ଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍, ପ୍ରଶାସନ ଓ ପୁଲିସକୁ ଖୋଲା ଚ୍ୟାଲେଞ୍ଜ
ଶ୍ରୀମନ୍ଦିର ଉପରେ ପ୍ରାୟ ଅଧଘଣ୍ଟା ଧରି ଡ୍ରୋନ୍ ଉଡ଼ିଲା, ଆଉ ଲୋକେ ଏସବୁକୁ ଦେଖିପାରିଲେ। ହେଲେ ନା ପୁଲିସ୍ ନା ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ କେହି ଏସମ୍ପର୍କରେ ଟିକିଏ ବି ଟେର ପାଇଲେନି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ସଜେଇ ହେଲାଣି ଜନତା ମଇଦାନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ପ୍ରବାସୀ ଭାରତୀୟଙ୍କ ମନ ମୋହିବାକୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତକଳାରେ ସଜେଇ ହେଲାଣି ଜନତା ମଇଦାନରେ ଓଡ଼ିଶା ପାଭିଲିୟନ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ୍ ଡିଜି।
Politics
ବିଜେଡିରେ ଦ୍ୱିତୀୟ ଓ ତୃତୀୟ ପିଢ଼ିର ନେତାଙ୍କ ଭିତରେ ବିବାଦ!
କିଛି ଦିନ ତଳେ ପୂର୍ବତନ ବିଧାୟକଙ୍କ ପୁଅମାନେ ମେଳି କରିଥିବା ନଜରକୁ ଆସିଥିଲା। ଯେଉଁଥିରେ ଥିଲେ ସମ୍ବିତ ରାଉତରାୟ, ରୁଦ୍ର ମହାରଥୀ, ବିଷ୍ଣୁବ୍ରତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ଅଂଶୁମାନ ମହାନ୍ତି, ପ୍ରଣବ ବଳବନ୍ତରାୟ ପ୍ରମୁଖ।
Miscellaneous
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି।
Politics
ବିଜେଡି ନେତାଙ୍କ ମୂଷା ଉପାକ୍ଷାନ
ମୂଷା ବଂଶ କ’ଣ ଲୋପ୍ କରାଯାଇପାରିବ ନାହିଁ କି ପ୍ରଶ୍ନରେ ସମ୍ୱିତ କହିଛନ୍ତି, ମୂଷା ବଂଶ କ’ଣ ନିପାତ ହୋଇପାରିବ? କାରଣ ସେମାନଙ୍କର ପ୍ରଜନନ କ୍ଷମତା ଅଧିକ। ତେଣୁ ସେମାନେ ରହିବେ। ସେମାନଙ୍କ ବଂଶ ଲୋକ କରିହେବନି।