ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଗାଣ ବର୍ଷା ଯୋଗୁଁ ବିଜୟନଗରମ୍ ଅଞ୍ଚଳରେ ଟ୍ରାକ୍ ସର୍କିଟ୍ ଫେଲ୍ୟୁୟର ହୋଇଛି। ଏଥିଯୋଗ ବହୁ ଟ୍ରେନ୍ ଆଜି ବାତିଲ୍ ହୋଇଥିବା ନେଇ ପୂର୍ବତଟ ରେଲେଓ୍ୱ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଯିବାକୁ ଥିବା ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ , ବିଶାଖାପାଟଣା-ବ୍ରହ୍ମପୁର ପାସେଞ୍ଜର ଟ୍ରେନ୍ ଚଳାଚଳ ଉଭୟ ପାର୍ଶ୍ୱରୁ ବନ୍ଦ ରହିଛି। ସେହିପରି ଆଜି ଯିବାକୁ ଥିବା ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସକୁ ବାତିଲ୍ କରାଯାଇଛି।
ଏହାବ୍ୟତୀତ ଭୁବନେଶ୍ୱର-ବ୍ରହ୍ମପୁର-ଭୁବନେଶ୍ୱର ମେମୁ ପାସ୍ ଟ୍ରେନ୍ ଆଜି ପାଇଁ ବାତିଲ୍ ହୋଇଛି। ବିଶାଖାପାଟଣା-ବ୍ରହ୍ମପୁର ଓ୍ୱାନ୍ ପେୟାର ପାସେଞ୍ଜର ଟ୍ରେନ୍ ଉଭୟ ପଟୁ ବାତିଲ୍ ହୋଇଥିବା ବେଳେ କାଲି ଯିବାକୁ ଥିବା ବ୍ରହ୍ମପୁର-ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସ ମଧ୍ୟ ବାତିଲ ହୋଇଛି।
ଏଥିଯୋଗୁ ଦୂରଦୂରାନ୍ତକୁ ଯାତ୍ରା କରୁଥିବା ଯାତ୍ରୀମାନେ ହଇରାଣ ହେଉଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।