ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ଲୁଙ୍ଗା ଜଙ୍ଗଲରେ ଏକ ମାଓ କ୍ୟାମ୍ପ ଠାବ କରାଯାଇଛି। ରାଉରକେଲା ପୋଲିସର ଏକ ଟିମ୍ କ୍ୟାମ୍ପରେ ଚଢ଼ାଉ କରି ବହୁ ମାଓ ସାମଗ୍ରୀ ଜବତ କରିଛି।
ଜଙ୍ଗଲରେ ମାଓବାଦୀମାନେ ମେଳି ହେଉଥିବା ଖବର ପାଇ ପୋଲିସ୍ ସର୍ଚ୍ଚ ଅପରେସନ କରିଥିଲା। ଏହି ସମୟରେ ମାଓବାଦୀମାନେ କ୍ୟାମ୍ପ ଛାଡ଼ି ଖସି ପଳାଇଥିଲେ। ସେଠାରୁ ପୋଲିସ୍ ବିପୁଳ ପରିମାଣର ଗୁଳିଗୋଳା ସହ ୨ଟି ପିସ୍ତଲ, ଗୋଟିଏ ବନ୍ଧୁକ, ୯ ଏମ୍ଏମ୍ର ଅଫୁଟା ଗୁଳି ଓ ମାଓ ପୁସ୍ତିକା ଜବତ କରିଛି।
ଅନ୍ୟପକ୍ଷରେ ଛତିଶଗଡ଼ ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ମାଓବାଦୀଙ୍କ ଗୁଳିରେ ୫ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଛତିଶଗଡ଼ ସୁକ୍ମା ଜିଲ୍ଲା ଚିନ୍ତାଗୁମ୍ଫାରେ ଏହି ଗୁଳି ବିନିମୟ ହୋଇଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।