ଭବାନୀପାଟଣା(ଅଜିତ ସିଂ): କନ୍ଧମାଳ ଜିଲ୍ଲାର ସୁଡ୍ରୁକୁମ୍ପାରେ ପୋଲିସ ଏନକାଉଣ୍ଟରରେ ୫ ମାଓବାଦୀଙ୍କ ମୃତ୍ୟୁର ପ୍ରତିବାଦରେ ଆଜି ବନ୍ଦ ଡାକରା ଦେଇଛି କେକେବିଏନ୍ ମାଓ ସଂଗଠନ। କନ୍ଧମାଳ ସମେତ କଳାହାଣ୍ଡି, ବୌଦ୍ଧ ଏବଂ ନୟାଗଡ଼ରେ ୨୪ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଏହି ସଂଗଠନ।
ତେବେ ବର୍ତ୍ତମାନ ସୁଦ୍ଧା ବନ୍ଦର କୌଣସି ପ୍ରଭାବ ଦେଖିବାକୁ ମିଳିନି। ଗତକାଲି କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ସୁଡ୍ରା ନିକଟରେ ଗଛ ପକାଇ ରାସ୍ତା ଅବରୋଧ କରାଯିବା ସହ ପୋଷ୍ଟର ଲଗାଇଥିଲେ କେକେବିଏନ୍ ଡିଭିଜନର ମାଓବାଦୀ। ଫଳରେ ବାଲିଗୁଡ଼ାରୁ କଣ୍ଟାମାଳକୁ ଯାତାୟତ ଠପ୍ ହୋଇଥିଲା। ୪ଟି ଜିଲ୍ଲାରେ ମାଓବାଦୀଙ୍କ ଏହି ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି ପୋଲିସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।