ମାର୍ଚ୍ଚ ୧ରୁ ସିବିଏସ୍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା  

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧ ତାରିଖରୁ ସିବିଏସ୍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବ। ଦଶମ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ୨୮ରେ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ ୨୨ରେ ସରିବ। ପ୍ରତିଦିନ ସକାଳ ସାଢେ ୧୦ଟାରୁ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଏହାର ଅଧଘଣ୍ଟା ପୂର୍ବରୁ ପରୀକ୍ଷାର୍ଥୀଙ୍କୁ ପରୀକ୍ଷାକେନ୍ଦ୍ରକୁ ଛଡ଼ାଯିବ। କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍ ଗଠନ କରାଯିବ। ଭୁବନେଶ୍ୱର ଜୋନରେ ଦଶମ ଶ୍ରେଣୀ ପାଇଁ ପ୍ରାୟ ୧୫ ହଜାର ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ପ୍ରାୟ ୧୨ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ।