ଓୟୁଟିଆର ପାଇଁ ମାଷ୍ଟରପ୍ଲାନକୁ ଅନୁମୋଦନ: ୩ ବର୍ଷରେ ଖର୍ଚ୍ଚ ହେବ ୧୫୦୦କୋଟି, ପଢ଼ିବେ ୧୦ହଜାର ପିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବୈଷୟିକ ଶିକ୍ଷା କ୍ଷେତ୍ରରେ ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟ(ଓୟୁଟିଆର)ର ନବକଳେବର ପାଇଁ ରାଜ୍ୟ ସରକାର ମାଷ୍ଟରପ୍ଲାନ ପ୍ରସ୍ତୁତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନକୁ ଅନୁମୋଦନ କରିବା ସହ ଆସନ୍ତା ୩ବର୍ଷରେ ଏହି ଶିକ୍ଷାନୁଷ୍ଠାନର ବିକାଶ ନିମନ୍ତେ ୧୫୦୦କୋଟି ଟଙ୍କା ଖର୍ଚ୍ଚ କରିବାକୁ ଅନୁମତି ଦେଇଛନ୍ତି। ଓୟୁଟିଆରକୁ ଆଇଆଇଏମ, ଆଇଆଇଟି ଓ ଏନଆଇଟି ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ବିକାଶ କରାଯିବ […]

outr

outr

Ordigital Desk
  • Published: Tuesday, 10 May 2022
  • Updated: 10 May 2022, 09:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବୈଷୟିକ ଶିକ୍ଷା କ୍ଷେତ୍ରରେ ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟ(ଓୟୁଟିଆର)ର ନବକଳେବର ପାଇଁ ରାଜ୍ୟ ସରକାର ମାଷ୍ଟରପ୍ଲାନ ପ୍ରସ୍ତୁତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନକୁ ଅନୁମୋଦନ କରିବା ସହ ଆସନ୍ତା ୩ବର୍ଷରେ ଏହି ଶିକ୍ଷାନୁଷ୍ଠାନର ବିକାଶ ନିମନ୍ତେ ୧୫୦୦କୋଟି ଟଙ୍କା ଖର୍ଚ୍ଚ କରିବାକୁ ଅନୁମତି ଦେଇଛନ୍ତି। ଓୟୁଟିଆରକୁ ଆଇଆଇଏମ, ଆଇଆଇଟି ଓ ଏନଆଇଟି ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ବିକାଶ କରାଯିବ ଓ ଆଗାମୀ ୫ବର୍ଷ ମଧ୍ୟରେ ଏଠାରେ ୧୦ହଜାର ଛାତ୍ରଛାତ୍ରୀ ପଢ଼ିବା ପାଇଁ ଆଇଆଇଟି ଢାଞ୍ଚାରେ ବିକଶିତ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ।

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଓୟୁଟିଆର( ପୁରୁଣା ନାଁ କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି)ର ଭିତ୍ତିଭୂମି, ପରିଚାଳନା, ଶିକ୍ଷାଦାନ ଆଦି ସଂପର୍କରେ ସମୀକ୍ଷା କରିଥିଲେ । ଏହି ବିଶ୍ୱବିଦ୍ୟାଳୟକୁ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଉଚ୍ଚମାନର ଶିକ୍ଷାଦାନ ଉପରେ ଗୁରୁତ୍ୱ ସହ ନୂଆଯୁଗର ଟେକ୍ନୋଲୋଜି ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯାଇ ମାନବ ସମ୍ବଳର ବିକାଶ ତଥା ଆନ୍ତଃ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଅଧିକ ସେଂଟର ଅଫ ଏକ୍ସଲେନ୍ସୀ, ଅଧିକ ଷ୍ଟାର୍ଟଅପ୍ , ଇନକ୍ୟୁବମେଂଟ ସେଂଟର ସହ ନୂଆ ପେଟେଂଟ୍ ବିକଶିତ କରିବା ପାଇଁ ପଦକ୍ଷେପ ନିଆଯିବ । ଏହାସହିତ ଶିକ୍ଷାଦାନ ଓ ଗବେଷଣା ପାଇଁ ଦେଶ ବିଦେଶର ବିଶ୍ୱବିଦ୍ୟାଳୟ ସହ ମଧ୍ୟ ସହଭାଗିତାରେ କାର୍ଯ୍ୟ କରାଯିବ ।

ସୂଚନାଯୋଗ୍ୟ , ୧୯୮୧ ମସିହାରେ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ଅଧୀନରେ କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟି ପ୍ରତିଷ୍ଠା ହୋଇଥିଲା । ୨୦୦୧ ମସିହାରେ ଏହା ଭୁବନେଶ୍ୱରର ଘାଟିକିଆ ଠାରେ ଥିବା ୧୦୦ ଏକର ବିଶିଷ୍ଟ ନିଜସ୍ୱ କ୍ୟମ୍ପସକୁ ସ୍ଥାନାନ୍ତରିତ ହୋଇଥିଲା । ଏହା ହେଉଛି ଓଡ଼ିଶାର ଏକମାତ୍ର ଅନୁଷ୍ଠାନ ଯାହାକି ନାକ୍ ଏ ଗ୍ରେଡ୍ ମାନ୍ୟତା ହାସଲ କରିପାରିଛି । ୨୦୨୧ରେ ଏହାକୁ ରାଜ୍ୟ ସରକାର ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ଏହାର ନାଁକୁ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟ(ଓୟୁଟିଆର) ଭାବରେ ନାମିତ କରିଥିଲେ ।

ଆଜିର ସମୀକ୍ଷା ବୈଠକରେ ବିଭାଗୀୟ ସଚିବଙ୍କ ସମେତ ମୁଖ୍ୟ ସଚିବ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story