ଅଫଲାଇନ୍‌ରେ ହେବ ମାଟ୍ରିକ୍ ଓ +2 ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅଫଲାଇନ୍‌ରେ ହେବ ମାଟ୍ରିକ୍ ଓ +2 ପରୀକ୍ଷା । ରାଜ୍ୟରେ ଯେତେବେଳେ ବି ପରୀକ୍ଷା ହେବ ଅଫଲାଇନ୍‌ରେ ହିଁ ହେବ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଅଫଲାଇନ୍‌ରେ  ପରୀକ୍ଷା ପାଇଁ ସିବିଏସ୍ଇ ନିଷ୍ପତ୍ତି ନେଇଛି।  ସେହି ଆଧାରରେ ରାଜ୍ୟରେ ବି ଅଫଲାଇନ୍‌ରେ  ପରୀକ୍ଷା ହେବ ।  ଏହାକୁ ନେଇ କିନ୍ତୁ ଛାତ୍ରଛାତ୍ରୀ ବିବ୍ରତ ହେବା ଉଚିତ ନୁହେଁ। କାରଣ ପରୀକ୍ଷା ନିହାତି ବିଳମ୍ବରେ ହେବ। ଆଉ […]

Entrance Exam

Niharika Rout
  • Published: Thursday, 03 December 2020
  • , Updated: 03 December 2020, 01:31 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅଫଲାଇନ୍‌ରେ ହେବ ମାଟ୍ରିକ୍ ଓ +2 ପରୀକ୍ଷା । ରାଜ୍ୟରେ ଯେତେବେଳେ ବି ପରୀକ୍ଷା ହେବ ଅଫଲାଇନ୍‌ରେ ହିଁ ହେବ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।

ଅଫଲାଇନ୍‌ରେ  ପରୀକ୍ଷା ପାଇଁ ସିବିଏସ୍ଇ ନିଷ୍ପତ୍ତି ନେଇଛି।  ସେହି ଆଧାରରେ ରାଜ୍ୟରେ ବି ଅଫଲାଇନ୍‌ରେ  ପରୀକ୍ଷା ହେବ ।  ଏହାକୁ ନେଇ କିନ୍ତୁ ଛାତ୍ରଛାତ୍ରୀ ବିବ୍ରତ ହେବା ଉଚିତ ନୁହେଁ। କାରଣ ପରୀକ୍ଷା ନିହାତି ବିଳମ୍ବରେ ହେବ। ଆଉ ତା ପୂର୍ବରୁ ଶିକ୍ଷାଦାନ ଦିଆଯିବ ।

ନବମରୁ ଦ୍ୱାଦଶ ଶ୍ରେଣୀ ଖୋଲିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ସ୍କୁଲ୍ ଖୋଲିବା ନେଇ ସବୁ ପକ୍ଷଙ୍କ ସହ ବିଚାରବିମର୍ଶ ଚାଲିଛି । ଖୁବଶୀଘ୍ର ନିଷ୍ପତ୍ତି ଜଣାଯିବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

Related story