ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଟ୍ରିକ୍ ଖାତା ମୂଲ୍ୟାୟନ ବେଳେ କରୋନା ନେଇ ସତର୍କତା ଅବଲମ୍ବନ କରାଯାଇଛି। ଏଥର ପରୀକ୍ଷା କେନ୍ଦ୍ରରେ ଗହଳି ରୋକିବାକୁ ସବଜେକ୍ଟ ଓ୍ୱାଇଜ୍ ଖାତା ଦେଖା ହେବ। ସବୁ ଡିଇଓ, ବିଇଓ ଓ ଚିଫ୍ ଏକ଼ଜାମିନରଙ୍କୁ ଭିଡିଓ କନଫରେନସିଂ ଜରିଆରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶ ଜାରି ହୋଇଛି।
ସକାଳ ୮ଟା ୩୦ରୁ ଅପରାହ୍ନ ୪ଟା ୩୦ଯାଏଁ ୩ଟି ପର୍ଯ୍ୟାୟରେ ଖାତା ଦେଖା ହେବ। ସାନିଟାଇଜର ବ୍ୟବହାର ସହ ମୂଲ୍ୟାୟନକାରୀ ସ୍ୱାସ୍ଥ୍ୟ ବିଭାଗ ଗାଇଡ ଲାଇନ୍ ମୁତାବକ ନିଜ ନିଜ ମଧ୍ୟରେ ଦୂରତା ରକ୍ଷା କରିବେ। ମାର୍ଚ୍ଚ ୧୯ରୁ ଏପ୍ରିଲ୍ ୧୦ତାରିଖ ପର୍ଯ୍ୟନ୍ତ ଖାତା ଦେଖାଚାଲିବ।
ସମଗ୍ର ରାଜ୍ୟରେ ୬୧ଟି ମୂଲ୍ୟାୟନ କେନ୍ଦ୍ରରେ ୧୬ହଜାର ମୂଲ୍ୟାୟନକାରୀ ନିୟୋଜିତ ହେବେ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ଭିଡିଓ କନଫରେନ୍ସରେ ସ୍କୁଲ୍ ଓ ଗଣଶିକ୍ଷା ସଚିବ ଚିତ୍ରା ଅରୁମୁଗମ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୁପିନ୍ଦର ପୁନିଆ, ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ପ୍ରମୁଖ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।