ଫେବୃୟାରୀ ୧୯ରୁ ମାଟ୍ରିକ ପରୀକ୍ଷା

କଟକ(ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ଫେବୃୟାରୀ ୧୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏହି ପରୀକ୍ଷା ମାର୍ଚ୍ଚ ୨ ତାରିଖରେ ଶେଷ ହେବ ବୋଲି ବୋର୍ଡ କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିଛି। ଫେବୃୟାରୀ ୧୯ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ଥିବା ବେଳେ, ୨୨ରେ ଇଂରାଜୀ, ୨୪ରେ ସଂସ୍କୃତ/ହିନ୍ଦୀ ପରୀକ୍ଷା ହେବ। ଏହାପରେ୨୬ରେ ଗଣିତ, ୨୮ରେ ସାଧାରଣ ବିଜ୍ଞାନ ପରୀକ୍ଷା ହେବ। ମାର୍ଚ୍ଚ ୨ରେ ପରୀକ୍ଷାର ଶେଷ ଦିନ ଥିବା ବେଳେ ଏହି ଦିନ ସାମାଜିକ […]

board-2

Niharika Rout
  • Published: Tuesday, 24 December 2019
  • , Updated: 24 December 2019, 01:33 PM IST

କଟକ(ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ଫେବୃୟାରୀ ୧୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏହି ପରୀକ୍ଷା ମାର୍ଚ୍ଚ ୨ ତାରିଖରେ ଶେଷ ହେବ ବୋଲି ବୋର୍ଡ କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିଛି।

ଫେବୃୟାରୀ ୧୯ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ଥିବା ବେଳେ, ୨୨ରେ ଇଂରାଜୀ, ୨୪ରେ ସଂସ୍କୃତ/ହିନ୍ଦୀ ପରୀକ୍ଷା ହେବ। ଏହାପରେ୨୬ରେ ଗଣିତ, ୨୮ରେ ସାଧାରଣ ବିଜ୍ଞାନ ପରୀକ୍ଷା ହେବ। ମାର୍ଚ୍ଚ ୨ରେ ପରୀକ୍ଷାର ଶେଷ ଦିନ ଥିବା ବେଳେ ଏହି ଦିନ ସାମାଜିକ ବିଜ୍ଞାନ ପରୀକ୍ଷା ହେବ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ପରୀକ୍ଷା ସମୟ ସକାଳ ୧୦ଟାରୁ ଦିନ ୧୨ଟା ୩୦ ପର୍ଯ୍ୟନ୍ତ ନିର୍ଦ୍ଧାରଣ କରାଯାଇଛି। ଛାତ୍ରଛାତ୍ରୀଙ୍କ ପାଇଁ ଏଥର ରହିଛି ଖୁସି ଖବର । ସେମାନଙ୍କୁ ଗଣିତ ପରୀକ୍ଷା ଦିନ ଅଧିକ ୧୫ ମିନିଟ ସମୟ ମିଳିବ ବୋଲି ଜଣାଯାଇଛି।

Related story