ମ୍ୟାଟ୍ରିକ୍‌ ରେଜଲ୍ଟ : ପୁଅଙ୍କ ଠାରୁ ବାଜି ମାରିନେଲେ ଝିଅ

matric resualt girls Perform Better than boys

380-8

Tapas Behera
  • Published: Tuesday, 21 May 2019
  • , Updated: 21 May 2019, 10:04 AM IST

କଟକ(ଓଡ଼ିଶା ରିପୋର୍ଟର): ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷାଫଳ। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍, ମଧ୍ୟମା (ସଂସ୍କୃତ ଟୋଲ) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଚଳିତ ବର୍ଷ ୫ ଲକ୍ଷ ୬୨ ହଜାର ୨୧୩ ପିଲା ପରୀକ୍ଷା ଦେଇଛନ୍ତି। ଏଥିରେ ୩ ଲକ୍ଷ ୯୭ ହଜାର ୧୨୫ ଛାତ୍ରଛାତ୍ରୀ ପାସ୍ କରିଛନ୍ତି।

ତେବେ ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୫ ହଜାର ୪୭୦ ଛାତ୍ରୀ ଓ ୧ ଲକ୍ଷ ୯୧ ହଜାର ୬୫୫ ଜଣ ଛାତ୍ର ପାସ୍ କରିଛନ୍ତି। ଚଳିତ ବର୍ଷ ପାସ୍ ହାର ୭୦.୭୮  % ଥିବା ଜଣାଯାଇଛି। ଗତ ବର୍ଷ ତୁଳନାରେ  ଏଥର କମ୍ ସଂଖ୍ୟକ ଛାତ୍ରଛାତ୍ରୀ ପାସ୍ କରିଛନ୍ତି।୨୮୯ଟି ହାଇସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି।

ଅପରପକ୍ଷରେ ୮୨ଟି ହାଇସ୍କୁଲରେ କେହି ଜଣେ  ବି ପରୀକ୍ଷାର୍ଥୀ ପାସ୍ କରି ନାହାନ୍ତି। ୧୧୮୧ ପରୀକ୍ଷାର୍ଥୀ A-1 ଗ୍ରେଡ୍‌ରେ ପାସ୍‌ କରିଛନ୍ତି। ଝାରସୁଗୁଡ଼ା ଜିଲ୍ଲାରେ ପାସ୍‌ ହାର ସର୍ବାଧିକ ୮୫.୪୮% ଥିବା ବେଳେ କୋରାପୁଟ ଜିଲ୍ଲାରେ ପାସ୍‌ ହାର ସର୍ବନିମ୍ନ ୫୦.୬୧% ରହିଛି।

ସୂଚନାଥାଉ କି, ଗତ ବର୍ଷ ୬ ଲକ୍ଷ ୮ହଜାର ୬ଶହ ୫୯ ଜଣ ମାଟ୍ରିକ୍‌ ପରୀକ୍ଷା ଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୨ଲକ୍ଷ ୨୨ ହଜାର ୪୩ ଜଣ ଝିଅ ପାସ୍‌ କରିଥିଲେ। ଅନ୍ୟପକ୍ଷରେ, ୨ଲକ୍ଷ ୧୬ ହଜାର ୩୦୫ଜଣ ପୁଅ ପାସ୍‌ କରିଥିଲେ।

Related story