କଟକ(ଓଡ଼ିଶା ରିପୋର୍ଟର): ସରିଲା ମ୍ୟାଟ୍ରିକ ପରୀକ୍ଷା ଖାତାଦେଖା। ଆସନ୍ତା ମେ ମାସ ସୁଦ୍ଧା ବାହାରିବ ମ୍ୟାଟ୍ରିକ ପରୀକ୍ଷା ଫଳ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଂପାଦକ ରାମାଶିଷ ହାଜରା। ଏଥର ତ୍ରୁଟିଶୂନ୍ୟ ମୂଲ୍ୟାୟନ ହୋଇଥିବା ସେ କହିଛନ୍ତି।
ଚଳିତବର୍ଷ ୫ ଲକ୍ଷ ୮୭ ହଜାର ଛାତ୍ରଛାତ୍ରୀ ମ୍ୟାଟ୍ରିକ୍ ପରୀକ୍ଷା ଦେଇଛନ୍ତି। ଚଳିତବର୍ଷ ବାଦ ବିବାଦ ଭିତରେ ପରୀକ୍ଷା ହୋଇଥିଲା। ପ୍ରଥମ ଦିନରେ ମାତୃଭାଷା ଓଡ଼ିଆ ପରୀକ୍ଷା ହୋଇଥିଲା। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ସୋଶାଲ୍ ମିଡିଆରେ ପ୍ରଶ୍ନପତ୍ର ଘୁରି ବୁଲୁଥିଲା। ପ୍ରଥମେ ଏହା ଏକ ଗୁଜବ ବୋଲି କୁହାଯାଇଥିଲେ ହେଁ ଭାଇରାଲ୍ ହୋଇଥିବା ପ୍ରଶ୍ନପତ୍ର ଓ ଅରିଜିନାଲ୍ ପ୍ରଶ୍ନପତ୍ର ମେଳ ଖାଇଥିଲା। ତା’ପରେ ଇଂରାଜୀ, ଗଣିତ ପ୍ରଶ୍ନପତ୍ର ମଧ୍ୟ ଭାଇରାଲ୍ ହୋଇଥିଲା। ଯାହାକୁ ନେଇ ବୋର୍ଡର କାର୍ଯ୍ୟଦକ୍ଷତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା।
୬୦ଟି କେନ୍ଦ୍ରରେ ଖାତା ମୂଲ୍ୟାୟନ ହୋଇଥିଲା। ୧୬ ହଜାର ୩୦ ଜଣ ଶିକ୍ଷକ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍, ପ୍ରଶାସନ ଓ ପୁଲିସକୁ ଖୋଲା ଚ୍ୟାଲେଞ୍ଜ
ଶ୍ରୀମନ୍ଦିର ଉପରେ ପ୍ରାୟ ଅଧଘଣ୍ଟା ଧରି ଡ୍ରୋନ୍ ଉଡ଼ିଲା, ଆଉ ଲୋକେ ଏସବୁକୁ ଦେଖିପାରିଲେ। ହେଲେ ନା ପୁଲିସ୍ ନା ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ କେହି ଏସମ୍ପର୍କରେ ଟିକିଏ ବି ଟେର ପାଇଲେନି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ସଜେଇ ହେଲାଣି ଜନତା ମଇଦାନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ପ୍ରବାସୀ ଭାରତୀୟଙ୍କ ମନ ମୋହିବାକୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତକଳାରେ ସଜେଇ ହେଲାଣି ଜନତା ମଇଦାନରେ ଓଡ଼ିଶା ପାଭିଲିୟନ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ୍ ଡିଜି।
Politics
ବିଜେଡିରେ ଦ୍ୱିତୀୟ ଓ ତୃତୀୟ ପିଢ଼ିର ନେତାଙ୍କ ଭିତରେ ବିବାଦ!
କିଛି ଦିନ ତଳେ ପୂର୍ବତନ ବିଧାୟକଙ୍କ ପୁଅମାନେ ମେଳି କରିଥିବା ନଜରକୁ ଆସିଥିଲା। ଯେଉଁଥିରେ ଥିଲେ ସମ୍ବିତ ରାଉତରାୟ, ରୁଦ୍ର ମହାରଥୀ, ବିଷ୍ଣୁବ୍ରତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ଅଂଶୁମାନ ମହାନ୍ତି, ପ୍ରଣବ ବଳବନ୍ତରାୟ ପ୍ରମୁଖ।
Miscellaneous
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି।
Politics
ବିଜେଡି ନେତାଙ୍କ ମୂଷା ଉପାକ୍ଷାନ
ମୂଷା ବଂଶ କ’ଣ ଲୋପ୍ କରାଯାଇପାରିବ ନାହିଁ କି ପ୍ରଶ୍ନରେ ସମ୍ୱିତ କହିଛନ୍ତି, ମୂଷା ବଂଶ କ’ଣ ନିପାତ ହୋଇପାରିବ? କାରଣ ସେମାନଙ୍କର ପ୍ରଜନନ କ୍ଷମତା ଅଧିକ। ତେଣୁ ସେମାନେ ରହିବେ। ସେମାନଙ୍କ ବଂଶ ଲୋକ କରିହେବନି।