Advertisment

୨୯ରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜୁଲାଇ ୨୯ ତାରିଖରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ପରୀକ୍ଷା ରେଜଲ୍ଟ। ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ବୋର୍ଡର ୨ ୱେବସାଇଟ ଓ SMS ମାଧ୍ୟମରେ ଛାତ୍ରାଛାତ୍ରୀମାନେ ସେମାନଙ୍କ ପରୀକ୍ଷା ଫଳ ଜାଣିପାରିବେ। ଚଳିତ ବର୍ଷ ୫ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ଯାଏ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ତେବେ […]

ଅଦ୍ୟତନ ହୋଇଛି
୨୯ରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ରେଜଲ୍ଟ

matric00

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜୁଲାଇ ୨୯ ତାରିଖରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ପରୀକ୍ଷା ରେଜଲ୍ଟ। ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି।

Advertisment

ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ବୋର୍ଡର ୨ ୱେବସାଇଟ ଓ SMS ମାଧ୍ୟମରେ ଛାତ୍ରାଛାତ୍ରୀମାନେ ସେମାନଙ୍କ ପରୀକ୍ଷା ଫଳ ଜାଣିପାରିବେ।

ଚଳିତ ବର୍ଷ ୫ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ଯାଏ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ତେବେ କରୋନା ଏବଂ ଲକ୍‌ଡାଉନ୍‌ ଯୋଗୁ ଖାତା ଦେଖାରେ ବାଧା ଉପୁଜିଥିଲା।

Advertisment

ମ୍ୟାଟ୍ରିକ ରେଜଲ୍ଟ ନେଇ ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି, “୨୯ ତାରିଖ ସକାଳ ୯ଟାରେ ଭିଡିଓ କନଫରେନ୍‌ସିଂରେ ରେଜଲ୍ଟ ପ୍ରକାଶ ପାଇବ। ଦିନ ସାଢ଼େ ୧୧ଟାରୁ ଛାତ୍ରଛାତ୍ରୀମାନେ ରେଜଲ୍ଟ ଦେଖିପାରିବେ। ବୋର୍ଡର ୨ ୱେବସାଇଟ ଓ SMSରେ ରେଜଲ୍ଟ ମିଳିପାରିବ। ଏହି ୱେବସାଇଟ ହେଲା- www.bseodisha.ac.in, www.bseodisha.nic.in। ଏଥିସହ 5676750ରେ SMS କଲେ ବି ରେଜଲ୍ଟ ମିଳିପାରିବ।”

ଅନ୍ୟପକ୍ଷରେ ଅଗଷ୍ଟ ତୃତୀୟ ସପ୍ତାହ ମଧ୍ୟରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟର ଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ଯୁକ୍ତ ୨ କଳାର ରେଜଲ୍ଟ ଅଗଷ୍ଟ ଶେଷ ସୁଦ୍ଧା ପ୍ରକାଶ ପାଇବ ବୋଲି ସେ କହିଛନ୍ତି।

Odisha Board Result
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe