ଜୁଲାଇ ପ୍ରଥମ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।  ଏବେ ପରୀକ୍ଷା ଖାତା ଦେଖା ସରିଥିବା ବେଳେ ଅନ୍ୟାନ୍ୟ କାର୍ଯ୍ୟ ଚାଲିଛି। ନିର୍ଭୂଲ ରେଜଲ୍ଟ ପ୍ରକାଶ ପାଇଁ ଉଦ୍ୟମ ଜାରି ରହିଛି। ରେଜଲ୍ଟ ପ୍ରକାଶ ପାଇବାର ନିର୍ଦ୍ଧାରିତ ତାରିଖ ଘୋଷଣା ହୋଇ ନ ଥିବା ବେଳେ ଖୁବ୍‌ ଶୀଘ୍ର ଏ ସମ୍ପର୍କରେ ଜଣାଇ ଦିଆଯିବ ବୋଲି ସେ କହିଛନ୍ତି […]

result

Niharika Rout
  • Published: Saturday, 25 June 2022
  • , Updated: 25 June 2022, 01:07 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।  ଏବେ ପରୀକ୍ଷା ଖାତା ଦେଖା ସରିଥିବା ବେଳେ ଅନ୍ୟାନ୍ୟ କାର୍ଯ୍ୟ ଚାଲିଛି। ନିର୍ଭୂଲ ରେଜଲ୍ଟ ପ୍ରକାଶ ପାଇଁ ଉଦ୍ୟମ ଜାରି ରହିଛି। ରେଜଲ୍ଟ ପ୍ରକାଶ ପାଇବାର ନିର୍ଦ୍ଧାରିତ ତାରିଖ ଘୋଷଣା ହୋଇ ନ ଥିବା ବେଳେ ଖୁବ୍‌ ଶୀଘ୍ର ଏ ସମ୍ପର୍କରେ ଜଣାଇ ଦିଆଯିବ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ମେ ୭ରେ ସରିଥିଲା । ଦୁଇ ବର୍ଷ ପରେ ପୁଣି ଅଫଲାଇନ୍‌ ପରୀକ୍ଷା ହୋଇଥିବା ବେଳେ  ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ପରୀକ୍ଷା ପରିଚାଳନା ପାଇଁ ରାଜ୍ୟର ୩୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟୋଜିତ ହୋଇଥିଲେ । ୫୮ଟି ମୂଲ୍ୟାଙ୍କନ କେନ୍ଦ୍ରରେ ମେ’ ୨୧ ରୁ ମୂଲ୍ୟାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ତାହା ଶେଷ ହୋଇଯାଇଛି। ତେଣୁ ଜୁଲାଇ ପ୍ରଥମ ସପ୍ତାହ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଆଶାବାଦୀ ଥିବା କହିଛନ୍ତି ମନ୍ତ୍ରୀ ।

https://youtu.be/DIzQ2xBXFqI

 

Related story