ଆଜି ବାହାରିବ ମାଟ୍ରିକ ରେଜଲ୍ଟ

କଟକ(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ ଗୋଟାଏରେ କଟକ ବୋର୍ଡ କାର୍ଯ୍ୟାଳୟରେ ମନ୍ତ୍ରୀ ସମୀର ଦାଶ ଉପସ୍ଥିତ ରହି ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରିବେ।  ଏହାର ଏକ ଘଣ୍ଟା ପରେ ଅର୍ଥାତ ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍‌ରୁ ଜାଣିପାରିବେ । ପରୀକ୍ଷାର୍ଥୀମାନେ WWW.BSEODISHA.AC.IN ଓ ORISSARESULTS.NIC.IN ୱେବସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ । ଏହାଛଡ଼ା ଏସ୍ଏମ୍ଏସ୍ ଜରିଆରେ ବି ପରୀକ୍ଷାର୍ଥୀମାନେ ଫଳାଫଳ ସମ୍ପର୍କରେ ସୂଚନା […]

result

Niharika Rout
  • Published: Wednesday, 06 July 2022
  • , Updated: 06 July 2022, 12:07 PM IST

କଟକ(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ ଗୋଟାଏରେ କଟକ ବୋର୍ଡ କାର୍ଯ୍ୟାଳୟରେ ମନ୍ତ୍ରୀ ସମୀର ଦାଶ ଉପସ୍ଥିତ ରହି ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରିବେ।  ଏହାର ଏକ ଘଣ୍ଟା ପରେ ଅର୍ଥାତ ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍‌ରୁ ଜାଣିପାରିବେ ।

ପରୀକ୍ଷାର୍ଥୀମାନେ WWW.BSEODISHA.AC.IN ଓ ORISSARESULTS.NIC.IN ୱେବସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ । ଏହାଛଡ଼ା ଏସ୍ଏମ୍ଏସ୍ ଜରିଆରେ ବି ପରୀକ୍ଷାର୍ଥୀମାନେ ଫଳାଫଳ ସମ୍ପର୍କରେ ସୂଚନା ପାଇପାରିବେ । ପରିକ୍ଷାର୍ଥୀମାନେ OR (10) ରୋଲ ନମ୍ବର ଲେଖି  ୫୬୭୬୭୫୦  ନମ୍ବରକୁ ଏସଏମଏସ୍ କଲେ ନିଜ ରେଜଲ୍ଟ ପାଇପାରିବେ ।

କରୋନା ଯୋଗୁ ଦୁଇ ବର୍ଷ ବ୍ୟବଧାନ ପରେ ଚଳିତ ବର୍ଷ ଅଫଲାଇନ୍‌ରେ ପରୀକ୍ଷା ହୋଇଥିବାରୁ ଫଳାଫଳକୁ ନେଇ ଛାତ୍ରଛାତ୍ରୀ ବେଶ୍‌ ଉତ୍ସୁକ ଅଛନ୍ତି। ମେଧାବୀ ଛାତ୍ରଛାତ୍ରୀ ନିଜ ପରିଶ୍ରମ ଅନୁଯାୟୀ ଫଳ ପାଇବେ ବୋଲି ଆଶା ରଖିଛନ୍ତି ।

ଚଳିତ ବର୍ଷ ଏପ୍ରିଲ୍ ୨୮ରୁ ମେ ୭ ଯାଏଁ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏଥର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ମେ ୨୧ରୁ ରାଜ୍ୟର ୫୮ଟି କେନ୍ଦ୍ରରେ ମୂଲ୍ୟାୟନ କରାଯାଇଥିଲା । ଚଳିତ ବର୍ଷ ନୂଆ ମୂଲ୍ୟାୟନ ପଦ୍ଧତିରେ ଖାତା ଦେଖା ହୋଇଛି। ଇଣ୍ଟରନାଲ୍ ଆସେସମେଣ୍ଟ, ସମେଟିଭ ଆସେସମେଣ୍ଟ ଓ୍ୱାନ୍ ଓ ସମେଟିଭି ଆସେସ୍ମେଣ୍ଟ ଟୁ ର ୱେଟେଜ୍ ଆଧାରରେ ପିଲାଙ୍କୁ ମାର୍କ ଦିଆଯାଇଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

Related story