ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମେ’ ୨୬ ତାରିଖରୁ ମ୍ୟାଟ୍ରିକ ଖାତା ଦେଖା ଆରମ୍ଭ ହେବ। ଏନେଇ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ ହିଁ ଖାତା ଦେଖା ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ଖାତା ଦେଖା ଲାଗି ମୂଲ୍ୟାୟନ କେନ୍ଦ୍ରର ବ୍ୟବସ୍ଥା କରିବାକୁ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି।
କରୋନା ପାଇଁ ସ୍ଥଗିତ ରହିଥିବା ମ୍ୟାଟ୍ରିକ ଖାତା ଦେଖା ଗତକାଲିଠାରୁ ଆରମ୍ଭ ହେବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ହେଲେ ବାତ୍ୟା ଅମ୍ଫାନକୁ ଦୃଷ୍ଟିରେ ରଖି ପୁଣି ଖାତା ଦେଖାକୁ ସ୍ଥଗିତ ରଖାଯାଇଥିଲା। ତେବେ ମେ ମାସ ସୁଦ୍ଧା ଖାତା ଦେଖା ଆରମ୍ଭ ହେବ ବୋଲି ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଜୁଲାଇ ଶେଷ ସୁଦ୍ଧା ବାହାରିବ ମ୍ୟାଟ୍ରିକ ପରୀକ୍ଷା ଫଳ। ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା ପରେ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l
Miscellaneous
ନକ୍ସଲ ଡମ୍ପ ଠାବ; ବନ୍ଧୁକ ଓ ଗୁଳି ଜବତ
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।