ଛାଡ ହେଲା ମ୍ୟାଟ୍ରିକ ପରୀକ୍ଷା ଫିସ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ମାଟ୍ରିକ ପରୀକ୍ଷା ଫି ଛାଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରୀକ୍ଷା ଫି ଛାଡ଼ ଦ୍ୱାରା ଉପକୃତ ହେବେ ୬ ଲକ୍ଷ ଛାତ୍ରଛାତ୍ରୀ। ଫି ଛାଡ଼ ପାଇଁ ୨୭ କୋଟି ବ୍ୟୟଭାର ବହନ କରିବେ ସରକାର। ମାଟ୍ରିକ ପରୀକ୍ଷା ପାଇଁ ପ୍ରତି ପିଲାଙ୍କୁ ୪୨୦ ଟଙ୍କା ଫି ପଡ଼ିଥାଏ। କରୋନା ମହାମାରୀ ପାଇଁ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ […]

plus-2-student

Tapas Behera
  • Published: Tuesday, 12 January 2021
  • , Updated: 12 January 2021, 07:40 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ମାଟ୍ରିକ ପରୀକ୍ଷା ଫି ଛାଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରୀକ୍ଷା ଫି ଛାଡ଼ ଦ୍ୱାରା ଉପକୃତ ହେବେ ୬ ଲକ୍ଷ ଛାତ୍ରଛାତ୍ରୀ। ଫି ଛାଡ଼ ପାଇଁ ୨୭ କୋଟି ବ୍ୟୟଭାର ବହନ କରିବେ ସରକାର। ମାଟ୍ରିକ ପରୀକ୍ଷା ପାଇଁ ପ୍ରତି ପିଲାଙ୍କୁ ୪୨୦ ଟଙ୍କା ଫି ପଡ଼ିଥାଏ।

କରୋନା ମହାମାରୀ ପାଇଁ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି  ଖୋଲାଯାଇଛି ।

ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା  ପାଠ୍ୟକ୍ରମରେ  ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।

Related story