ପଓ୍ୱନ କୁମାର ଅଗ୍ରଓ୍ୱାଲ୍ ଓୟୁଏଟିର ନୂଆ କୁଳପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଓ୍ୱନ କୁମାର ଅଗ୍ରଓ୍ୱାଲ୍ ହେଲେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ନୂଆ କୁଳପତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌ଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ଆଜି ଏହି ନିଯୁକ୍ତି ପ୍ରଦାନ କରାଯାଇଛି। ଏବେ ପଓ୍ୱନ କୁମାର ଅଗ୍ରଓ୍ୱାଲ୍ ଭାରତୀୟ କୃଷି ଗବେଷଣା ପରିଷଦ (ICAR)ର ଏଡିଜି ଭାବେ କାର୍ଯ୍ୟ କରୁଛନ୍ତି। ସୂଚନାଯୋଗ୍ୟ, ମାର୍ଚ୍ଚ ୧୯ ତାରିଖରେ କୃଷି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କୁଳପତି ପଦ ଛାଡ଼ିବା ସହ ସରକାରୀ […]

ouat

ouat

Jitendra Garnayak
  • Published: Friday, 10 May 2019
  • Updated: 10 May 2019, 01:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଓ୍ୱନ କୁମାର ଅଗ୍ରଓ୍ୱାଲ୍ ହେଲେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ନୂଆ କୁଳପତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌ଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ଆଜି ଏହି ନିଯୁକ୍ତି ପ୍ରଦାନ କରାଯାଇଛି। ଏବେ ପଓ୍ୱନ କୁମାର ଅଗ୍ରଓ୍ୱାଲ୍ ଭାରତୀୟ କୃଷି ଗବେଷଣା ପରିଷଦ (ICAR)ର ଏଡିଜି ଭାବେ କାର୍ଯ୍ୟ କରୁଛନ୍ତି।

ସୂଚନାଯୋଗ୍ୟ, ମାର୍ଚ୍ଚ ୧୯ ତାରିଖରେ କୃଷି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କୁଳପତି ପଦ ଛାଡ଼ିବା ସହ ସରକାରୀ ଚାକିରିରୁ ଇସ୍ତଫା ଦେଇଥିଲେ।

ପଶୁପାଳକଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆସିବା ପରେ କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଛୁଟିରେ ଯିବା ଲାଗି ନିର୍ଦ୍ଦେଶ ଦେଇଥିଲେ।

ପଶୁପାଳକ ତାଙ୍କ ପଦବୀର ଅପବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଥିଲା। ଓୟୁଏଟିରେ ନିଯୁକ୍ତି କ୍ଷେତ୍ରରେ ବ୍ୟାପକ ଜାଲିଆତି ହୋଇଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos