ମୋହନା (ମିହିର ଜତି): ଗଜପତି ଜିଲ୍ଲା ମୋହନା ପୁଲିସ ପାଟ୍ରୋଲିଂ ବେଳେ ଏକ ଟ୍ରକ୍ରୁ ୫୪୯ କେଜି ଗଞ୍ଜେଇ ଜବତ କରିଥିଲା। ଏହି ମାମଲାରେ ପୁଲିସ ଜଣକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ, ବିହାର ପାଟନାର ଲାଲୁ କୁମାର।
ଗତକାଲି ରାତିରେ ମୋହନା ଥାନା ଅଧିକାରୀ ସୁଜିତ କୁମାର ନାୟକଙ୍କ ନେତୃତ୍ୱରେ ଏକ ଟିମ ଚାନ୍ଦିପୁଟ-ଲୁହାଗୁଡି ରାସ୍ତାରେ ପାଟ୍ରୋଲିଂ କରୁଥିଲା। ତେବେ କମଳାପୁର ଛକରେ ଏକ ଟ୍ରକକୁ ପୁଲିସ ଯାଞ୍ଚ ପାଇଁ ଅଟକାଇଥିଲା। ଯାଞ୍ଚ ବେଳେ ଟ୍ରକ୍ର ସିକ୍ରେଟ୍ ଚାମ୍ୱରରୁ ୧୮ ବସ୍ତା ଗଞ୍ଜେଇ ଜବତ କରିଥିଲା ପୁଲିସ। ଯାହାର ଆନୁମାନିକ ମୁଲ୍ୟ ପ୍ରାୟ ୨୫ ଲକ୍ଷ ଟଙ୍କାରୁ ଅଧିକ ହେବ। ଏହି ମାମଲାରେ ଲାଲୁ କୁମାରଙ୍କୁ ପୁଲିସ ଗିରଫ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।