ଭଦ୍ରକ(ପାର୍ଥ ସାରଥୀ ନାୟକ): କୋଇଲା ମାଫିଆଙ୍କ ବିଷୟରେ ପୁଲିସଙ୍କୁ ତଥ୍ୟ ଦେବାରୁ, ଘର ନିକଟରେ ଥିବା ହୁଣ୍ଡାଇ କାର ଟିକୁ ଜାଳିଦେଲେ କୋଇଲା ମାଫିଆ। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଇଚ୍ଛାପୁର, ମାରପୁର ଗାଁରେ।
ଭଦ୍ରକର ଧାମରା ରେଳପଥରେ କୋଇଲା ଟ୍ରେନ ଯାଉଥିବା ବେଳେ, ଚଳନ୍ତା ଟ୍ରେନରୁ କୋଇଲା ଚୋରି କରି ମାଫିଆମାନେ ରାତାରାତି ମାଲାମାଲ ହେଉଛନ୍ତି। ଏହି ଘଟଣା ବାରମ୍ଵାର ଘଟୁଥିବାର ଖବର ପାଇ ଗତକାଲି ଆରପିଏଫ୍ ପୁଲିସ ଇଚ୍ଛାପୁର ନିକଟରେ ରେଡ୍ କରିଥିଲା। ଏପରିକି କେଉଁଠି କୋଇଲା ଚୋରି ହେଉଛି, ସେ ନେଇ ଉକ୍ତ ଗ୍ରାମର ପ୍ରତାପ ବେହେରାଙ୍କୁ ପଚାରିଥିଲେ।
ସେ ମଧ୍ୟ କୋଇଲା ଚୋରି ହେଉଥିବାର ଠିକଣା ପୁଲିସକୁ ଜଣାଇଥିଲେ। କିନ୍ତୁ ପୁଲିସକୁ ସବୁ ତଥ୍ୟ ଦେବା କଥାକୁ ହଜମ କରିପାରିନଥିଲେ କୋଇଲା ମାଫିଆ। ଯାହା ଫଳରେ ଏହି ରାଗ ରଖି କୋଇଲା ମାଫିଆମାନେ ଗତକାଲି ବିଳମ୍ବିତ ରାତିରେ ପ୍ରତାପ ବେହେରାଙ୍କ ହୁଣ୍ଡାଇ କାରଟିକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଇଥିବା କହିଛନ୍ତି ପ୍ରତାପ ଓ ତାଙ୍କ ପରିବାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।