Advertisment

ରାସ୍ତା ତଳକୁ ଓଲଟିଲା ‘ଇନ୍ଦ୍ରାଣୀ’ ବସ୍, ୨୫ ଆହତ

ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ମୟୂରଭଞ୍ଜ ଜିଲ୍ଲା ବାରିପଦା-ବେତନଟୀ ରାସ୍ତାର କୃଷ୍ଣଚନ୍ଦ୍ରପୁର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିବାରୁ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ବିଳମ୍ବିତ ରାତିରେ ଇନ୍ଦ୍ରାଣୀ ନାମ ଯାତ୍ରୀବାହୀ ବସ୍‌ଟି ରାଇରଙ୍ଗପୁରରୁ ବାରିପଦା ଦେଇ ଭୁବନେଶ୍ୱର ଯାଉଥିଲା। ଏହି ସମୟରେ କୃଷ୍ଣଚନ୍ଦ୍ରପୁର ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଆହତ ଯାତ୍ରୀଙ୍କୁ ପୁଲିସ ଓ ଅଗ୍ନିଶମ ବାହିନୀ ଉଦ୍ଧାର କରି ବାରିପଦା ମେଡିକାଲ କଲେଜରେ ଭର୍ତ୍ତି କରିଥିଲେ।

ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe