ବାରିପଦା(ମାଣିକ ଲାଲ ପାଣି): ମହଙ୍ଗା ପଡିଲା ମୟୂରଭଞ୍ଜ ଜିଲ୍ଲାପାଳଙ୍କ ଗାଡି ଭଙ୍ଗାରୁଜା ଘଟଣା । ଜିଲାପାଳଙ୍କ ଗାଡି ଭଙ୍ଗାରୁଜା ସହ ଜାତୀୟ ରାଜପଥ ଅବରୋଧ କରିବା ଅଭିଯୋଗରେ ୯ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ମୟୂରଭଂଜ ପୁଲିସ୍ ।
ମୟୁରଭଂଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ଜାତୀୟ ରାଜପଥର ସୌରୀ ଛକରେ ପଞ୍ଚାୟତ କାର୍ଯ୍ୟାଳୟର ନୂତନ କୋଠା ନିର୍ମାଣକୁ ବିରୋଧ କରି ରାସ୍ତାରୋକ ହୋଇଥିଲା । ସେହି ସମୟରେ ଜିଲ୍ଲାପାଳ ପରିବାର ସହ କୌଣସି ଏକ କାର୍ଯ୍ୟରେ ଯାଉଥିଲେ। ଜିଲ୍ଲାପାଳଙ୍କ ଗାଡ଼ି ଦେଖି ଲୋକେ ତାଙ୍କ ଗାଡିକୁ ଅଟକାଇଥିଲେ । ଜିଲାପାଳ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିବା ପୂର୍ବରୁ ଉପସ୍ଥିତ ଲୋକେ ସେଠାରେ ଗଣ୍ଡଗୋଳ କରିଥିଲେ । କିଛି ଦୁର୍ବୃତ୍ତଙ୍କ ଢେଲା ମାଡରେ ଜିଲ୍ଲାପାଳଙ୍କ ଗାଡିର କାଚ ଭାଙ୍ଗିଥିଲା ।
[caption id="attachment_729846" align="aligncenter" width="650"] ଗିରଫ ଅଭିଯୁକ୍ତମାନେ ।[/caption]
ଏହି ଘଟଣାରେ ପୁଲିସ୍ ଦୁଇଟି ପୃଥକ ପୃଥକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ପୁଲିସ୍ ୯ ଜଣ ବ୍ୟକ୍ତିଙ୍କୁ ଉକ୍ତ ଘଟଣାରେ ଗିରଫ କରି କୋର୍ଟଚାଲାଣ କରିଛି। ରାସ୍ତା ଅବରୋଧ ଏବଂ ଜିଲ୍ଲାପାଳଙ୍କ ଗାଡି ଭଙ୍ଗାରୁଜା ଓ ପିଏସଓଙ୍କଠାରୁ ବନ୍ଧୁକ ଛଡ଼ାଇବା ପରି ସଙ୍ଗୀନ ମାମଲା ରୁଜୁ କରି ଗିରଫ ବ୍ୟକ୍ତିଙ୍କୁ କୋର୍ଟଚାଲାଣ କରିଛି ।
ମୟୁରଭଂଜ ପୁଲିସ୍ ପକ୍ଷରୁ ତିନୋଟି ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରି ବିଭିନ୍ନ ଜାଗାରେ ଛାପାମରା ଜାରି ରଖିଛି । ଗିରଫଦାରି ଆଗକୁ ଆହୁରି ବଢିବ ବୋଲି ପୁଲିସ୍ ପକ୍ଷରୁ କୁହାଯାଇଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।