Advertisment

୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ, ଜୀବନଯାତ୍ରା ଠପ୍‌

ବାରିପଦରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଆନ୍ଦୋଳନକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରି ଗାଡ଼ିଚଳାଚଳ ବନ୍ଦ କରୁଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
BJP strike

BJP strike

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଭାଷଣ ଦେବା ବେଳେ ୯ ମିନିଟ୍‌ ପାଇଁ ଲାଇଟ୍ କଟି ଯିବା ଘଟଣାର ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ବିଜେପି ପକ୍ଷରୁ ସକାଳ ୬ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ବାରିପଦରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଆନ୍ଦୋଳନକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରି ଗାଡ଼ିଚଳାଚଳ ବନ୍ଦ କରୁଛନ୍ତି।

Advertisment

ସେହିପରି କପ୍ତିପଦା ଉପଖଣ୍ଡ ଉଦଳାରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଫଳରେ କୋର୍ଟ, କଚେରୀ, ଦୋକାନ ବଜାର ଓ ଗାଡ଼ିଚଳାଚଳ ବନ୍ଦ ରହିଛି।

ଉଦଳାରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ କୁହାଯାଇଛି ଯେ, ରାଷ୍ଟ୍ରପତି ଭାଷଣ ଦେବା ବେଳେ ଲାଇନ କଟିଯିବା ଘଟଣାକୁ ଏତେ ଦିନ ବିତି ଯାଇଥିଲେ ମଧ୍ୟ ଜିଲ୍ଲା ପ୍ରଶାସନ ଚୁପ ବସିଛି। ଦୋଷୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ଜିଲ୍ଲା ପ୍ରଶାସନ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆଗାମୀ ଦିନ ରେ ଆନ୍ଦୋଳନ ତୀବ୍ରତର ହେବ।

Advertisment

ସୂଚନାଯୋଗ୍ୟ, ମେ’ ୪ ତାରିଖରେ ୩ ଦିନିଆ ଓଡ଼ିଶା ଗ୍ରସ୍ତରେ ଆସିଥିଲେ ରାଷ୍ଟ୍ରପତି। ଶେଷ ଦିନରେ ଅଥବା ମେ’ ୬ ତାରିଖରେ ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଇ ଭାଷଣ ଦେଉଥିବା ବେଳେ ଲାଇନ୍ କଟିଯାଇଥିଲା। ଲାଇଟ କଟି ଯିବା ସତ୍ତ୍ୱେ ରାଷ୍ଟ୍ରପତି ତାଙ୍କ ଭାଷଣ ବନ୍ଦ କରିନଥିଲେ। ପୋଡ଼ିୟମରେ ଜଳୁଥିବା କ୍ଷୀଣ ଲାଇଟରେ ସେ ଭାଷଣ ଦେଇଥିଲେ। ରାଷ୍ଟ୍ରପତି ପ୍ରାୟ ୯ ମିନିଟ ଅନ୍ଧାରରେ ଭାଷଣ ଦେବା ପରେ ହଲ୍‌ର ଲାଇଟ ପୁଣି ଜଳିଥିଲା

State Bjp Draupadi Murmu Mayurbhanj