Advertisment

ନାକ 'ଏ' ଗ୍ରେଡ୍‌ ହାସଲ କଲା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ

ଗତ ମାର୍ଚ୍ଚ ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ନାକ ତରଫରୁ ଏକ ପାଞ୍ଚଜଣିଆ ଟିମ ବିଶ୍ୱବିଦ୍ୟାଳୟ ପରିଦର୍ଶନରେ ଆସିଥିଲେ।

MPC University

MPC University

Advertisment

ଉଚ୍ଚଶିକ୍ଷା କ୍ଷେତ୍ରରେ ନିଜର ଉତ୍କର୍ଷ ବଜାୟ ରଖି ବାରିପଦା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ତୃତୀୟ ପର୍ଯ୍ୟାୟ ମୂଲ୍ୟ ନିର୍ଦ୍ଧାରଣ ପ୍ରକ୍ରିୟାରେ ‘ଏ’ ଗ୍ରେଡ୍ ହାସଲ କରିଛି। ମୋଟ୍‌ ୪.୦୦ ସ୍କୋର୍‌ରୁ ୩.୧ କ୍ୟୁମୁଲେଟିଭ୍‌ ଗ୍ରେଡ୍‌ ପଏଣ୍ଟ ଆଭରେଜ(ସିଜିପିଏ) ହାସଲ କରି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଏହି କୃତିତ୍ୱ ହାସଲ କରିଛି। ଏଥିଲାଗି ବିଶ୍ୱବିଦ୍ୟାଳୟରେ ଖୁସିର ଲହରୀ ଖେଳିଯାଇଛି। ଏହି ଅବସରରେ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ, ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ପ୍ରମୋଦ କୁମାର ଶତପଥୀ, କୁଳସଚିବ ଶ୍ରୀ ସହଦେବ ସମାଧିଆ ପ୍ରମୁଖ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

Advertisment

ଗତ ମାର୍ଚ୍ଚ ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ନାକ ତରଫରୁ ଏକ ପାଞ୍ଚଜଣିଆ ଟିମ ବିଶ୍ୱବିଦ୍ୟାଳୟ ପରିଦର୍ଶନରେ ଆସିଥିଲେ। ପାଠ୍ୟକ୍ରମର ଦିଗ, ଶିକ୍ଷା ପ୍ରଦାନ ଓ ଗ୍ରହଣ, ମୂଲ୍ୟାୟନ, ଗବେଷଣା, ନବୀକରଣ ଓ ବିସ୍ତାର, ଭିତ୍ତିଭୂମି ଓ ଶିକ୍ଷା ଗ୍ରହଣ ସଂଶୋଧନ, ଛାତ୍ରଙ୍କ ସହଯୋଗ ଓ ପ୍ରଗତି, ପ୍ରଶାସନ, ନେତୃତ୍ୱ ଓ ପରିଚାଳନା, ଶୈକ୍ଷିକ ମୂଲ୍ୟବୋଧ, ସର୍ବୋତ୍ତମ ଅଭ୍ୟାସ ଭଳି ମାନଦଣ୍ଡକୁ ନେଇ ଏହି ମୂଲ୍ୟାଙ୍କନ କରାଯାଇଥିଲା।

ସୂଚନାଯୋଗ୍ୟ ଯେ, ବିଶ୍ୱବିଦ୍ୟାଳୟ ୨୦୧୧ ମସିହାରେ 'ବି' ଗ୍ରେଡ୍‌ ଓ ୨୦୧୭ ମସିହାରେ 'ବି+' ଗ୍ରେଡ୍‌ ହାସଲ କରିଥିଲା।

Advertisment
Baripada
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe