ବାରିପଦା (ମାନିକ ଲାଲ୍ ପାଣି): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳ ମୟୁରଭଞ୍ଜ ଜିଲ୍ଲାରେ ଜଣେ ସରପଞ୍ଚ ପ୍ରାର୍ଥୀଙ୍କୁ ବେଶ୍ ହଟହଟା ହେବାକୁ ପଡ଼ିଥିବା ଖବର ଆସିଛି। ଲୋକେ ତାଙ୍କୁ ରାତିସାରା ବାନ୍ଧି ରଖିଥିଲେ ଓ ପରେ ପୁଲିସ୍ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲା।
ଏହି ସରପଞ୍ଚ ପ୍ରାର୍ଥୀଙ୍କ ନାଁ ଦଶରଥ ମୁର୍ମୁ। ସେ ଟଙ୍କାସୋଲ ପଞ୍ଚାୟତରୁ ପ୍ରାର୍ଥୀ ହୋଇଛନ୍ତି। ଗତକାଲି ରାତିରେ ସେ ପଞ୍ଚାୟତର ୭ ନମ୍ବର ୱାର୍ଡକୁ ଟଙ୍କା ବାଣ୍ଟିବାକୁ ଯାଇଥିବା ନେଇ ପ୍ରଚାର ହୋଇଥିଲା। ଏହା ପରେ ଲୋକେ ତାଙ୍କୁ ଧରି ଥିଲେ ଓ ଦଉଡ଼ିରେ ବାନ୍ଧି ଦେଇଥିଲେ।
ଏହି ଖବର ପ୍ରଚାର ହୋଇଯିବା ପରେ ଦଶରଥଙ୍କ ସମର୍ଥକମାନେ ଅନ୍ୟ ଏକ ଗାଁରେ ବିପକ୍ଷ ଦଳର ଲୋକଙ୍କୁ ଅଟକ ରଖିଥିଲେ। ଉଭୟ ଗୋଷ୍ଠୀ ମଧ୍ୟରେ ତୁ ତୁ ମେ ମେ ଲାଗି ରହିବାରୁ ରାତିସାରା ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ଭୋର ସମୟରେ ବଡ଼ସାହି ପୁଲିସ୍ ପହଞ୍ଚି ଉଭୟ ଗୋଷ୍ଠୀଙ୍କୁ ବୁଝାସୁଝା କରିବା ସହିତ ସରପଞ୍ଚ ପ୍ରାର୍ଥୀ ଦଶରଥ ମୁର୍ମୁଙ୍କୁ ଉଦ୍ଧାର କରିଥିଲା। ଏହା ପରେ ସ୍ଥିତି ଶାନ୍ତ ପଡ଼ିଥିଲା ଏବଂ ଭୋଟ୍ ପ୍ରକ୍ରିୟା ଶାନ୍ତିଶୃଙ୍ଖଳାର ସହିତ ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।
Miscellaneous
କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍ବେଗ ପ୍ରକାଶ କଲେ ହାଇକୋର୍ଟ
ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି, ସନ୍ଧ୍ୟା ୫ ଟା ହେଲେ ସହରବାସୀ କବାଟ ଓ ଝରକା ବନ୍ଦ କରି ଦେଉଛନ୍ତି।
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।
Miscellaneous
ନୂଆବର୍ଷ ପୂର୍ବରୁ ପି.ଏମ୍ ଆବାସର ନୂଆ ସର୍ଭେ: ସର୍ତ୍ତାବଳୀ କୋହଳ, ସବୁ ଯୋଗ୍ୟ ପରିବାରକୁ ମିଳିବ ଘର
ପ୍ରତ୍ୟେକ ଗାଁରେ ସର୍ଭେ କରିବେ ନିର୍ଦ୍ଦିଷ୍ଟ ବ୍ଲକ କର୍ମଚାରୀ। ଗ୍ରାମସଭା ଡାକି ସମସ୍ତ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକାକୁ ଅନୁମୋଦନ କରାଯିବ।
Miscellaneous
ନିର୍ଦ୍ଦେଶ ନିୟନ୍ତ୍ରଣ ଓ ଅଭିଜ୍ଞତା କେନ୍ଦ୍ର ଲୋକାର୍ପିତ
ଚାଷୀଙ୍କ ସ୍ୱାର୍ଥ ସାଧନ ଓ ସେମାନଙ୍କୁ ସର୍ବାଧିକ ଲାଭ ଦେବା ଲକ୍ଷ୍ୟ ନେଇ ଏହି କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଧାନ ବିକ୍ରୟ ପ୍ରକ୍ରିୟାରେ କୌଣସି ସମସ୍ୟା ଥିଲେ ଚାଷୀମାନେ ତୁରନ୍ତ ସେମାନଙ୍କ ଅଭିଯୋଗ ଏହି କେନ୍ଦ୍ର ମାଧ୍ୟମରେ କରିପାରିବେ।