୪ଟି ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୪ଟି ଜିଲ୍ଲାରେ ଝଡ଼ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
କନ୍ଧମାଳ, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।