Advertisment

ଆସନ୍ତା ଶିକ୍ଷାବର୍ଷରୁ ସରକାରୀ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ଡାକ୍ତରୀ ଓ ଇଞ୍ଜିନିୟରିଂରେ ସଂରକ୍ଷଣ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସରକାରୀ ହାଇସ୍କୁଲରେ ପଢ଼ିଲେ ଡାକ୍ତରୀ ଓ ଇଞ୍ଜିନିୟରିଂ କଲେଜରେ ନାମଲେଖାରେ ଆସନ୍ତା ଶିକ୍ଷାବର୍ଷଠୁ ସଂରକ୍ଷଣ ସୁବିଧା ପ୍ରଦାନ ନିମନ୍ତେ ଏକ ସଂକଳ୍ପ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଆଜି ମଞ୍ଜୁରୀ ଦେଇଛନ୍ତି। ଗତ ସପ୍ତାହରେ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରେ ଏହି ପ୍ରସ୍ତାବ ପାରିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଥିଲେ ଯେ, ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠକ୍ରମରେ ନାମ ଲେଖାଇବା […]

ଆସନ୍ତା ଶିକ୍ଷାବର୍ଷରୁ ସରକାରୀ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ଡାକ୍ତରୀ ଓ ଇଞ୍ଜିନିୟରିଂରେ ସଂରକ୍ଷଣ

doctor-2

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସରକାରୀ ହାଇସ୍କୁଲରେ ପଢ଼ିଲେ ଡାକ୍ତରୀ ଓ ଇଞ୍ଜିନିୟରିଂ କଲେଜରେ ନାମଲେଖାରେ ଆସନ୍ତା ଶିକ୍ଷାବର୍ଷଠୁ ସଂରକ୍ଷଣ ସୁବିଧା ପ୍ରଦାନ ନିମନ୍ତେ ଏକ ସଂକଳ୍ପ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଆଜି ମଞ୍ଜୁରୀ ଦେଇଛନ୍ତି। ଗତ ସପ୍ତାହରେ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରେ ଏହି ପ୍ରସ୍ତାବ ପାରିତ ହୋଇଥିଲା।

Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଥିଲେ ଯେ, ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠକ୍ରମରେ ନାମ ଲେଖାଇବା ପାଇଁ ସର୍ବଭାରତୀୟସ୍ତରରେ ଏନଇଇଟି ଏବଂ ଜେଇଇ ପରି ଏକକ ପରୀକ୍ଷା ପ୍ରବର୍ତ୍ତନ ପରେ ଓଡ଼ିଶାର ସରକାରୀ ହାଇସ୍କୁଲ ଓ କଲେଜଗୁଡ଼ିକରେ ମେଧାବୀ ଛାତ୍ରଛାତ୍ରୀମାନଙ୍କ ସଂଖ୍ୟା ଉପରାକ୍ତ ପାଠ୍ୟକ୍ରମରେ ହ୍ରାସ ପାଉଛି। ଏହା ମେଧାବୀ ଛାତ୍ରଛାତ୍ରୀମାନଙ୍କ ଅଭାବ ଯୋଗୁ ନୁହେଁ ବରଂ ଗ୍ରାମାଂଚଳର ପିଲାମାନେ ଉପଯୁକ୍ତ କୋଚିଂ ସୁବିଧା ପାଉନଥିବାରୁ ଏହିସବୁ ପ୍ରତିଯୋଗିତାମୂଳକ ପରୀକ୍ଷା ଗୁଡ଼ିକରେ ଭଲ ପ୍ରଦର୍ଶନ କରିପାରୁନାହାନ୍ତି। ତେଣୁ ରାଜ୍ୟର ସରକାରୀ ହାଇସ୍କୁଲଗୁଡ଼ିକରେ ପଢ଼ୁଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ସୃଷ୍ଟି କରିବା ସହ ଡାକ୍ତର ଓ ଇଞ୍ଜିନିୟର ହେବା ନିମନ୍ତେ ସେମାନଙ୍କର ସ୍ୱପ୍ନକୁ ସାକାର ପାଇଁ ଆସନ୍ତା ଶିକ୍ଷାବର୍ଷଠୁ ରାଜ୍ୟରେ ସଂରକ୍ଷଣ ବ୍ୟବସ୍ଥା ଲାଗୁ ପାଇଁ ଆଜି କ୍ୟାବିନେଟରେ ସଂକଳ୍ପ ପ୍ରସ୍ତାବ ଗୃହୀତ ହୋଇଛି।

ଏହି ସଂକଳ୍ପକୁ ଚୂଡ଼ାନ୍ତ ରୂପ ଦେବା ପାଇଁ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚକ୍ଷମତା ସମ୍ପନ୍ନ କମିଟି ଗଠନ କରାଯିବ। ଏହି କମିଟିରେ ଖ୍ୟାତିସମ୍ପନ୍ନ ଶିକ୍ଷାବିତମାନଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ସଦସ୍ୟ ରହିବେ ଏହି କମିଟି ୩ମାସ ମଧ୍ୟରେ ଡାକ୍ତର ରିପୋର୍ଟ ସରକାରଙ୍କୁ ପ୍ରଦାନ କରିବେ, ଯାହାଫଳରେ କମିଟିର ସୁପାରିସକୁ ଆସନ୍ତା ଶିକ୍ଷାବର୍ଷରୁ କାର୍ଯ୍ୟକାରୀ କରାଯାଇପାରିବ।
କ୍ୟାବିନେଟ ବୈଠକ ପରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ, ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ଇସ୍ପାତ ଓ ଖଣି ସଚିବ ସୁରେନ୍ଦ୍ର କୁମାର, ଆଇନ ସଚିବ ଶଶୀକାନ୍ତ ମିଶ୍ର ଓ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ କୁମାର ମିଶ୍ର ଗଣମାଧ୍ୟମକୁ କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଥିଲେ। ମୋଟ ୧୨ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe