ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୌସୁମୀ ଯିବାର ଠିକ୍ ପରେ ରାଜ୍ୟର ଅନେକ ଅଞ୍ଚଳରେ ଥଣ୍ଡା ପଡ଼ିଲାଣି। ଏପରିକି ଆଜି ୪ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ଥିବା ରେକର୍ଡ କରାଯାଇଛି। ସୋନପୁରରେ ସବୁଠୁ ଅଧିକ ଥଣ୍ଡା ପଡ଼ିଲାଣି। ଏଠାରେ ତାପମାତ୍ରା ୧୨.୮ ଡିଗ୍ରୀ ରେକର୍ଡ କରାଯାଇଛି।
ସେହିପରି ଅନୁଗୋଳ, ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ମଧ୍ୟ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ଅନୁଗୋଳରେ ତାପମାତ୍ରା ୧୩.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୧୪ ଡିଗ୍ରୀ ରହିଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଥଣ୍ଡା ଅନୁଭୂତ ହେଉଛି। ଏଠାରେ ତାପମାତ୍ରା ୧୯.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ କଟକରେ ୨୦ ଡିଗ୍ରୀ ରହିଛି।
ସୂଚନାଯୋଗ୍ୟ, ଅକ୍ଟୋବର ମାସରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହୋଇଥିଲା। ଯେଉଁକାରଣରୁ ମୌସୁମୀ ଯିବାରେ ବିଳମ୍ବ ହୋଇଥିଲା। କିନ୍ତୁ ଏବେ ମୌସୁମୀ ଯିବାର ଠିକ୍ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡ଼ିବା ଆରମ୍ଭ ହୋଇଗଲାଣି। ଏପରିକି ଗତ ଦୁଇ-ତିନି ଦିନ ହେବ ରାଜ୍ୟରେ ଶୀତ ଅନୁଭୂତ ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।